Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Other Translations King James Version (KJV) But if ye will not hearken unto me to hallow the sabbath day, and not to bear a burden, even entering in at the gates of Jerusalem on the sabbath day; then will I kindle a fire in the gates thereof, and it shall devour the palaces of Jerusalem, and it shall not be quenched.
American Standard Version (ASV) But if ye will not hearken unto me to hallow the sabbath day, and not to bear a burden and enter in at the gates of Jerusalem on the sabbath day; then will I kindle a fire in the gates thereof, and it shall devour the palaces of Jerusalem, and it shall not be quenched.
Bible in Basic English (BBE) But if you do not give ear to me, to keep the Sabbath day holy, and to let no weight be lifted and taken through the doors of Jerusalem on the Sabbath day: then I will put a fire in its doorways, burning up the great houses of Jerusalem, and it will never be put out.
Darby English Bible (DBY) But if ye will not hearken unto me, to hallow the sabbath day and not to bear a burden and enter in through the gates of Jerusalem on the sabbath day, then will I kindle a fire in the gates thereof, and it shall devour the palaces of Jerusalem, and it shall not be quenched.
World English Bible (WEB) But if you will not listen to me to make the Sabbath day holy, and not to bear a burden and enter in at the gates of Jerusalem on the Sabbath day; then will I kindle a fire in the gates of it, and it shall devour the palaces of Jerusalem, and it shall not be quenched.
Young's Literal Translation (YLT) And if ye do not hearken unto me to sanctify the day of rest, And so as not to bear a burden, And to come in at the gates of Jerusalem on the day of rest, Then I have kindled a fire in its gates, And it hath consumed the high places of Jerusalem, And it is not quenched!'
Cross Reference Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
2 Kings 22:17 in Oriya 17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”
2 Kings 25:9 in Oriya 9 ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
2 Chronicles 36:19 in Oriya 19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Isaiah 1:20 in Oriya 20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 9:18 in Oriya 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Jeremiah 6:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;' ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।'
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 17:4 in Oriya 4 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।
Jeremiah 17:21 in Oriya 21 ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
Jeremiah 17:24 in Oriya 24 ପୁଣି, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;
Jeremiah 21:12 in Oriya 12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Jeremiah 21:14 in Oriya 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”
Jeremiah 22:5 in Oriya 5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।”
Jeremiah 26:4 in Oriya 4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
Jeremiah 32:29 in Oriya 29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
Jeremiah 38:21 in Oriya 21 ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 44:16 in Oriya 16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
Jeremiah 49:27 in Oriya 27 ପୁଣି, ଆମ୍ଭେ ଦମ୍ମେସକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 16:41 in Oriya 41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Ezekiel 22:8 in Oriya 8 ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
Amos 1:4 in Oriya 4 ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
Amos 1:7 in Oriya 7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Amos 1:10 in Oriya 10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
Amos 1:12 in Oriya 12 ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
Amos 1:14 in Oriya 14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Amos 2:2 in Oriya 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !