Jeremiah 18:11 in Oriya 11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”
Other Translations King James Version (KJV) Now therefore go to, speak to the men of Judah, and to the inhabitants of Jerusalem, saying, Thus saith the LORD; Behold, I frame evil against you, and devise a device against you: return ye now every one from his evil way, and make your ways and your doings good.
American Standard Version (ASV) Now therefore, speak to the men of Judah, and to the inhabitants of Jerusalem, saying, Thus saith Jehovah: Behold, I frame evil against you, and devise a device against you: return ye now every one from his evil way, and amend your ways and your doings.
Bible in Basic English (BBE) Now, then, say to the men of Judah and to the people of Jerusalem, This is what the Lord has said: See, I am forming an evil thing against you, and designing a design against you: let every man come back now from his evil way, and let your ways and your doings be changed for the better.
Darby English Bible (DBY) And now, speak to the men of Judah and to the inhabitants of Jerusalem, saying, Thus saith Jehovah: Behold, I prepare evil against you, and devise a device against you: turn ye then every one from his evil way, and amend your ways and your doings.
World English Bible (WEB) Now therefore, speak to the men of Judah, and to the inhabitants of Jerusalem, saying, Thus says Yahweh: Behold, I frame evil against you, and devise a device against you: return you now everyone from his evil way, and amend your ways and your doings.
Young's Literal Translation (YLT) And now, speak, I pray thee, unto men of Judah, And against inhabitants of Jerusalem, Saying: Thus said Jehovah: Lo, I am framing against you evil, And devising against you a device, Turn back, I pray you, each from his evil way And amen your ways and your doings.
Cross Reference Genesis 11:3 in Oriya 3 ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
Genesis 11:7 in Oriya 7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
2 Kings 5:5 in Oriya 5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
2 Kings 22:13 in Oriya 13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 5:5 in Oriya 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:22 in Oriya 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Jeremiah 4:6 in Oriya 6 ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
Jeremiah 4:23 in Oriya 23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Jeremiah 7:3 in Oriya 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।'
Jeremiah 11:19 in Oriya 19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ' ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 25:5 in Oriya 5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,' ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Jeremiah 26:3 in Oriya 3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।'”
Jeremiah 26:13 in Oriya 13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 36:3 in Oriya 3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”
Jeremiah 36:7 in Oriya 7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Ezekiel 13:22 in Oriya 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Ezekiel 18:23 in Oriya 23 ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Micah 2:3 in Oriya 3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
Zechariah 1:3 in Oriya 3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
James 4:13 in Oriya 13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।