Jeremiah 18:15 in Oriya 15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
Other Translations King James Version (KJV) Because my people hath forgotten me, they have burned incense to vanity, and they have caused them to stumble in their ways from the ancient paths, to walk in paths, in a way not cast up;
American Standard Version (ASV) For my people have forgotten me, they have burned incense to false `gods'; and they have been made to stumble in their ways, in the ancient paths, to walk in bypaths, in a way not cast up;
Bible in Basic English (BBE) For my people have put me out of their memory, burning perfumes to that which is nothing; and because of this, I will put a cause of falling in their ways, even in the old roads, and will make them go on side-roads, in a way not lifted up;
Darby English Bible (DBY) For my people hath forgotten me: they burn incense to vanity; and they have caused them to stumble in their ways, the ancient paths, to walk in by-paths of a way not cast up;
World English Bible (WEB) For my people have forgotten me, they have burned incense to false [gods]; and they have been made to stumble in their ways, in the ancient paths, to walk in byways, in a way not built up;
Young's Literal Translation (YLT) But My people have forgotten Me, to a vain thing they make perfume, And they cause them to stumble in their ways -- paths of old, To walk in paths -- a way not raised up,
Cross Reference Isaiah 3:12 in Oriya 12 ମୋ' ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ' ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
Isaiah 9:16 in Oriya 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା'ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
Isaiah 41:29 in Oriya 29 ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।
Isaiah 57:14 in Oriya 14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
Isaiah 62:10 in Oriya 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
Isaiah 65:7 in Oriya 7 ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
Jeremiah 2:13 in Oriya 13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 2:32 in Oriya 32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।
Jeremiah 3:21 in Oriya 21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 10:15 in Oriya 15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
Jeremiah 13:25 in Oriya 25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Jeremiah 17:13 in Oriya 13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ' ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Jeremiah 19:5 in Oriya 5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।'”
Jeremiah 44:15 in Oriya 15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
Jeremiah 44:25 in Oriya 25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,' ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 11:2 in Oriya 2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Malachi 2:8 in Oriya 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
Matthew 15:6 in Oriya 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଇଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Romans 14:21 in Oriya 21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।