Jeremiah 2:20 in Oriya 20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
Other Translations King James Version (KJV) For of old time I have broken thy yoke, and burst thy bands; and thou saidst, I will not transgress; when upon every high hill and under every green tree thou wanderest, playing the harlot.
American Standard Version (ASV) For of old time I have broken thy yoke, and burst thy bonds; and thou saidst, I will not serve; for upon every high hill and under every green tree thou didst bow thyself, playing the harlot.
Bible in Basic English (BBE) For in the past, your yoke was broken by your hands and your cords parted; and you said, I will not be your servant; for on every high hill and under every branching tree, your behaviour was like that of a loose woman
Darby English Bible (DBY) For of old thou hast broken thy yoke, [and] burst thy bands; and thou saidst, I will not serve. For upon every high hill, and under every green tree, thou bowest down, playing the harlot.
World English Bible (WEB) For of old time I have broken your yoke, and burst your bonds; and you said, I will not serve; for on every high hill and under every green tree you did bow yourself, playing the prostitute.
Young's Literal Translation (YLT) For from of old thou hast broken thy yoke, Drawn away thy bands, and sayest, `I do not serve,' For, on every high height, and under every green tree, Thou art wandering -- a harlot.
Cross Reference Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 19:8 in Oriya 8 ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।
Exodus 24:3 in Oriya 3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
Exodus 34:14 in Oriya 14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Leviticus 26:13 in Oriya 13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
Deuteronomy 4:20 in Oriya 20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Deuteronomy 5:27 in Oriya 27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।
Deuteronomy 12:2 in Oriya 2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
Deuteronomy 15:15 in Oriya 15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
Deuteronomy 26:17 in Oriya 17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
Joshua 1:16 in Oriya 16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।
Joshua 24:24 in Oriya 24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।
Joshua 24:26 in Oriya 26 ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।
1 Samuel 12:10 in Oriya 10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।
1 Kings 12:32 in Oriya 32 ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବୈଥେଲରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବୈଥେଲରେ ସ୍ଥାପନ କଲେ।
Psalm 78:58 in Oriya 58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 9:4 in Oriya 4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
Isaiah 10:27 in Oriya 27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।
Isaiah 14:25 in Oriya 25 ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
Isaiah 57:5 in Oriya 5 ତୁମ୍ଭେମାନେ ଅଲୋନ୍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:6 in Oriya 6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
Jeremiah 17:2 in Oriya 2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।
Jeremiah 30:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
Ezekiel 16:15 in Oriya 15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
Ezekiel 16:24 in Oriya 24 ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
Ezekiel 16:28 in Oriya 28 ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
Ezekiel 16:31 in Oriya 31 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
Ezekiel 16:41 in Oriya 41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Ezekiel 23:5 in Oriya 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
Hosea 2:5 in Oriya 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
Hosea 3:3 in Oriya 3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ' ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।
Nahum 1:13 in Oriya 13 ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।