Jeremiah 2:3 in Oriya 3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) Israel was holiness unto the LORD, and the firstfruits of his increase: all that devour him shall offend; evil shall come upon them, saith the LORD.
American Standard Version (ASV) Israel `was' holiness unto Jehovah, the first-fruits of his increase: all that devour him shall be held guilty; evil shall come upon them, saith Jehovah.
Bible in Basic English (BBE) Israel was holy to the Lord, the first-fruits of his increase: all who made attacks on him were judged as wrongdoers, evil came on them, says the Lord.
Darby English Bible (DBY) Israel was holiness unto Jehovah, the first-fruits of his increase: all that devour him are guilty; evil shall come upon them, saith Jehovah.
World English Bible (WEB) Israel [was] holiness to Yahweh, the first fruits of his increase: all who devour him shall be held guilty; evil shall come on them, says Yahweh.
Young's Literal Translation (YLT) Holy `is' Israel to Jehovah, The first-fruit of His increase, All consuming him are guilty, Evil cometh in unto them, an affirmation of Jehovah.
Cross Reference Exodus 4:22 in Oriya 22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Exodus 22:29 in Oriya 29 ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
Exodus 23:16 in Oriya 16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
Numbers 18:12 in Oriya 12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 26:19 in Oriya 19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
Psalm 81:14 in Oriya 14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
Psalm 105:14 in Oriya 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
Psalm 105:25 in Oriya 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।
Isaiah 41:11 in Oriya 11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Jeremiah 12:14 in Oriya 14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା ବଂଶକୁ ଉତ୍ପାଟନ କରିବା।
Jeremiah 30:16 in Oriya 16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Jeremiah 50:7 in Oriya 7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।
Joel 1:3 in Oriya 3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
Joel 1:7 in Oriya 7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
Amos 6:1 in Oriya 1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !
Zechariah 1:15 in Oriya 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Zechariah 12:2 in Oriya 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
Romans 11:16 in Oriya 16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
Romans 16:5 in Oriya 5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
James 1:18 in Oriya 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 14:4 in Oriya 4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;