Jeremiah 2:32 in Oriya 32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।
Other Translations King James Version (KJV) Can a maid forget her ornaments, or a bride her attire? yet my people have forgotten me days without number.
American Standard Version (ASV) Can a virgin forget her ornaments, or a bride her attire? yet my people have forgotten me days without number.
Bible in Basic English (BBE) Is it possible for a virgin to put out of her memory her ornaments, or a bride her robes? but my people have put me out of their memories for unnumbered days.
Darby English Bible (DBY) Doth a virgin forget her ornaments, a bride her attire? But my people have forgotten me days without number.
World English Bible (WEB) Can a virgin forget her ornaments, or a bride her attire? yet my people have forgotten me days without number.
Young's Literal Translation (YLT) Doth a virgin forget her ornaments? A bride her bands? And My people have forgotten Me days without number.
Cross Reference Genesis 24:22 in Oriya 22 ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
Genesis 24:30 in Oriya 30 ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
Genesis 24:53 in Oriya 53 ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।
2 Samuel 1:24 in Oriya 24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।
Psalm 9:17 in Oriya 17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
Psalm 45:13 in Oriya 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
Psalm 106:21 in Oriya 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Jeremiah 2:11 in Oriya 11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”
Jeremiah 3:21 in Oriya 21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।
Jeremiah 13:10 in Oriya 10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
Jeremiah 13:25 in Oriya 25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Jeremiah 18:15 in Oriya 15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
Ezekiel 16:10 in Oriya 10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Hosea 8:14 in Oriya 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
1 Peter 3:3 in Oriya 3 ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,
Revelation 21:2 in Oriya 2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଇଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।