Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Other Translations King James Version (KJV) Thus saith the LORD, What iniquity have your fathers found in me, that they are gone far from me, and have walked after vanity, and are become vain?
American Standard Version (ASV) thus saith Jehovah, What unrighteousness have your fathers found in me, that they are gone far from me, and have walked after vanity, and are become vain?
Bible in Basic English (BBE) These are the words of the Lord: What evil have your fathers seen in me that they have gone far from me, and, walking after what is false, have become false?
Darby English Bible (DBY) Thus saith Jehovah: What injustice have your fathers found in me, that they are gone far from me, and have walked after vanity, and become vain?
World English Bible (WEB) thus says Yahweh, What unrighteousness have your fathers found in me, that they have gone far from me, and have walked after vanity, and are become vain?
Young's Literal Translation (YLT) Thus said Jehovah: What -- have your fathers found in Me perversity, That they have gone far off from Me, And go after the vanity, and become vain,
Cross Reference Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
1 Samuel 12:21 in Oriya 21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
Psalm 115:8 in Oriya 8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Isaiah 5:3 in Oriya 3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ' ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Isaiah 43:22 in Oriya 22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 12:2 in Oriya 2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Jeremiah 51:17 in Oriya 17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Ezekiel 11:15 in Oriya 15 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
Jonah 2:8 in Oriya 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Micah 6:2 in Oriya 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
Matthew 15:8 in Oriya 8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;