Jeremiah 20:12 in Oriya 12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Other Translations King James Version (KJV) But, O LORD of hosts, that triest the righteous, and seest the reins and the heart, let me see thy vengeance on them: for unto thee have I opened my cause.
American Standard Version (ASV) But, O Jehovah of hosts, that triest the righteous, that seest the heart and the mind, let me see thy vengeance on them; for unto thee have I revealed my cause.
Bible in Basic English (BBE) But, O Lord of armies, testing the upright and seeing the thoughts and the heart, let me see your punishment come on them; for I have put my cause before you.
Darby English Bible (DBY) And thou, Jehovah of hosts, who triest the righteous, who seest the reins and the heart, let me see thy vengeance on them; for unto thee have I revealed my cause.
World English Bible (WEB) But, Yahweh of Hosts, who tests the righteous, who sees the heart and the mind, let me see your vengeance on them; for to you have I revealed my cause.
Young's Literal Translation (YLT) And, O Jehovah of Hosts, trier of the righteous, Beholder of reins and heart, I do see Thy vengeance out of them, For unto Thee I have revealed my cause.
Cross Reference 1 Samuel 1:15 in Oriya 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।
2 Chronicles 24:22 in Oriya 22 ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥି ପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 11:5 in Oriya 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
Psalm 17:3 in Oriya 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Psalm 26:2 in Oriya 2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
Psalm 54:7 in Oriya 7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ' ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।
Psalm 59:10 in Oriya 10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ' ଶତ୍ରୁମାନଙ୍କ ଉପରେ ମୋ' ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Psalm 86:4 in Oriya 4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Psalm 109:6 in Oriya 6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
Psalm 139:23 in Oriya 23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ' ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
Isaiah 37:14 in Oriya 14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
Isaiah 38:14 in Oriya 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
Jeremiah 11:20 in Oriya 20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
Jeremiah 12:8 in Oriya 8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 17:18 in Oriya 18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।
Jeremiah 18:19 in Oriya 19 ହେ ସଦାପ୍ରଭୁ, ମୋ' ପ୍ରତି ମନୋଯୋଗ କର ଓ ମୋ' ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
1 Peter 2:23 in Oriya 23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
1 Peter 4:19 in Oriya 19 ଅତଏବ, ଯେଉଁମାନେ ଇଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।