Jeremiah 20:2 in Oriya 2 ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
Other Translations King James Version (KJV) Then Pashur smote Jeremiah the prophet, and put him in the stocks that were in the high gate of Benjamin, which was by the house of the LORD.
American Standard Version (ASV) Then Pashhur smote Jeremiah the prophet, and put him in the stocks that were in the upper gate of Benjamin, which was in the house of Jehovah.
Bible in Basic English (BBE) And Pashhur gave blows to Jeremiah and had his feet chained in a framework of wood in the higher doorway of Benjamin, which was in the house of the Lord.
Darby English Bible (DBY) And Pashur smote Jeremiah the prophet, and put him in the stocks that were in the upper gate of Benjamin, which was in the house of Jehovah.
World English Bible (WEB) Then Pashhur struck Jeremiah the prophet, and put him in the stocks that were in the upper gate of Benjamin, which was in the house of Yahweh.
Young's Literal Translation (YLT) and Pashhur smiteth Jeremiah the prophet, and putteth him unto the stocks, that `are' by the high gate of Benjamin, that `is' by the house of Jehovah.
Cross Reference 1 Kings 22:27 in Oriya 27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
2 Chronicles 16:10 in Oriya 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
2 Chronicles 24:21 in Oriya 21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
Job 13:27 in Oriya 27 ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋ' ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
Jeremiah 1:19 in Oriya 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Jeremiah 19:14 in Oriya 14 ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
Jeremiah 26:8 in Oriya 8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
Jeremiah 29:26 in Oriya 26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Jeremiah 36:26 in Oriya 26 ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।
Jeremiah 37:13 in Oriya 13 ପୁଣି, ସେ ବିନ୍ୟାମୀନ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
Jeremiah 37:15 in Oriya 15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
Jeremiah 38:6 in Oriya 6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
Amos 7:10 in Oriya 10 ଯେତେବେଳେ ବୈଥେଲର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”
Zechariah 14:10 in Oriya 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।
Matthew 5:10 in Oriya 10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 21:35 in Oriya 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Acts 4:3 in Oriya 3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
Acts 5:18 in Oriya 18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।
Acts 5:40 in Oriya 40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Acts 16:22 in Oriya 22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।