Jeremiah 20:7 in Oriya 7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋ' ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
Other Translations King James Version (KJV) O LORD, thou hast deceived me, and I was deceived; thou art stronger than I, and hast prevailed: I am in derision daily, every one mocketh me.
American Standard Version (ASV) O Jehovah, thou hast persuaded me, and I was persuaded; thou art stronger than I, and hast prevailed: I am become a laughing-stock all the day, every one mocketh me.
Bible in Basic English (BBE) O Lord, you have been false to me, and I was tricked; you are stronger than I, and have overcome me: I have become a thing to be laughed at all the day, everyone makes sport of me.
Darby English Bible (DBY) Jehovah, thou hast enticed me, and I was enticed; thou hast laid hold of me, and hast prevailed; I am become a derision the whole day: every one mocketh me.
World English Bible (WEB) Yahweh, you have persuaded me, and I was persuaded; you are stronger than I, and have prevailed: I am become a laughing-stock all the day, every one mocks me.
Young's Literal Translation (YLT) Thou hast persuaded me, O Jehovah, and I am persuaded; Thou hast hardened me, and dost prevail, I have been for a laughter all the day, Every one is mocking at me,
Cross Reference Exodus 5:22 in Oriya 22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?
Numbers 11:11 in Oriya 11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ' ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?
2 Kings 2:23 in Oriya 23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବୈଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Psalm 22:6 in Oriya 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
Psalm 35:15 in Oriya 15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ' ଅଜ୍ଞାତସାରରେ ମୋ' ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
Psalm 69:9 in Oriya 9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ' ଉପରେ ପଡ଼ିଅଛି।
Jeremiah 1:6 in Oriya 6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Jeremiah 1:18 in Oriya 18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Jeremiah 15:10 in Oriya 10 ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
Jeremiah 15:18 in Oriya 18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ' ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ?
Jeremiah 17:16 in Oriya 16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ' ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
Jeremiah 20:9 in Oriya 9 ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ' ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।
Jeremiah 29:26 in Oriya 26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Lamentations 3:14 in Oriya 14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
Ezekiel 3:14 in Oriya 14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ପ୍ରବଳ ଥିଲା।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 22:63 in Oriya 63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
Luke 23:11 in Oriya 11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
Luke 23:35 in Oriya 35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଇଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
Acts 17:18 in Oriya 18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
Acts 17:32 in Oriya 32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
1 Corinthians 9:6 in Oriya 6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;