Jeremiah 21:10 in Oriya 10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।'”
Other Translations King James Version (KJV) For I have set my face against this city for evil, and not for good, saith the LORD: it shall be given into the hand of the king of Babylon, and he shall burn it with fire.
American Standard Version (ASV) For I have set my face upon this city for evil, and not for good, saith Jehovah: it shall be given into the hand of the king of Babylon, and he shall burn it with fire.
Bible in Basic English (BBE) For my face is turned to this town for evil and not for good, says the Lord: it will be given into the hands of the king of Babylon, and he will have it burned with fire.
Darby English Bible (DBY) For I have set my face against this city for evil, and not for good, saith Jehovah: it shall be given into the hand of the king of Babylon, and he shall burn it with fire.
World English Bible (WEB) For I have set my face on this city for evil, and not for good, says Yahweh: it shall be given into the hand of the king of Babylon, and he shall burn it with fire.
Young's Literal Translation (YLT) For I have set My face against this city for evil, And not for good -- an affirmation of Jehovah. Into the hand of the king of Babylon it is given, And he hath burned it with fire.
Cross Reference Leviticus 17:10 in Oriya 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Leviticus 20:3 in Oriya 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
2 Chronicles 36:19 in Oriya 19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Psalm 34:16 in Oriya 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 32:28 in Oriya 28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
Jeremiah 34:2 in Oriya 2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
Jeremiah 34:22 in Oriya 22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Jeremiah 37:8 in Oriya 8 ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।'”
Jeremiah 38:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
Jeremiah 38:18 in Oriya 18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।'”
Jeremiah 38:23 in Oriya 23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 44:11 in Oriya 11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
Jeremiah 44:27 in Oriya 27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Amos 9:4 in Oriya 4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”