Jeremiah 21:2 in Oriya 2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Other Translations King James Version (KJV) Enquire, I pray thee, of the LORD for us; for Nebuchadrezzar king of Babylon maketh war against us; if so be that the LORD will deal with us according to all his wondrous works, that he may go up from us.
American Standard Version (ASV) Inquire, I pray thee, of Jehovah for us; for Nebuchadrezzar king of Babylon maketh war against us: peradventure Jehovah will deal with us according to all his wondrous works, that he may go up from us.
Bible in Basic English (BBE) Will you get directions from the Lord for us; for Nebuchadrezzar, king of Babylon, is making war against us; it may be that the Lord will do something for us like all the wonders he has done, and make him go away from us.
Darby English Bible (DBY) Inquire, I pray thee, of Jehovah for us; for Nebuchadrezzar the king of Babylon maketh war against us; if so be that Jehovah will deal with us according to all his marvellous works, that he may go up from us.
World English Bible (WEB) Please inquire of Yahweh for us; for Nebuchadrezzar king of Babylon makes war against us: peradventure Yahweh will deal with us according to all his wondrous works, that he may go up from us.
Young's Literal Translation (YLT) `Inquire, we pray thee, for us at Jehovah, for Nebuchadrezzar king of Babylon hath fought against us; perhaps Jehovah doth deal with us according to all His wonders, and doth cause him to go up from off us.'
Cross Reference Exodus 14:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Joshua 10:1 in Oriya 1 ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବିୟୋନ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
Judges 4:1 in Oriya 1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
Judges 20:27 in Oriya 27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନ୍ହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
1 Samuel 7:10 in Oriya 10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
1 Samuel 10:22 in Oriya 22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।
1 Samuel 14:6 in Oriya 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
1 Samuel 17:45 in Oriya 45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ' କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
1 Samuel 28:6 in Oriya 6 ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
1 Samuel 28:15 in Oriya 15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ' ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।
1 Kings 14:2 in Oriya 2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ' ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
1 Kings 22:3 in Oriya 3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ୍ ଯେ ଆମ୍ଭମାନଙ୍କର ଅଟେ, ଏହା କ'ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
2 Kings 1:3 in Oriya 3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ ?”
2 Kings 3:11 in Oriya 11 ମାତ୍ର ଯିହୋଶାଫଟ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କ'ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
2 Kings 22:13 in Oriya 13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
2 Kings 25:1 in Oriya 1 ଏଥିଉତ୍ତାରେ ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Chronicles 14:9 in Oriya 9 ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।
2 Chronicles 20:1 in Oriya 1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
2 Chronicles 32:21 in Oriya 21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍ଗରେ ବଧ କଲେ।
Psalm 44:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Psalm 46:8 in Oriya 8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
Psalm 48:4 in Oriya 4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
Psalm 105:5 in Oriya 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
Psalm 136:1 in Oriya 1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Jeremiah 32:24 in Oriya 24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
Jeremiah 37:3 in Oriya 3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
Jeremiah 37:7 in Oriya 7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
Jeremiah 38:14 in Oriya 14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ'ଠାରୁ କିଛି ଗୋପନ କରିବ ନାହିଁ।”
Jeremiah 39:1 in Oriya 1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
Jeremiah 42:4 in Oriya 4 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
Jeremiah 52:3 in Oriya 3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Ezekiel 14:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।