Jeremiah 22:15 in Oriya 15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।
Other Translations King James Version (KJV) Shalt thou reign, because thou closest thyself in cedar? did not thy father eat and drink, and do judgment and justice, and then it was well with him?
American Standard Version (ASV) Shalt thou reign, because thou strivest to excel in cedar? Did not thy father eat and drink, and do justice and righteousness? then it was well with him.
Bible in Basic English (BBE) Are you to be a king because you make more use of cedar than your father? did not your father take food and drink and do right, judging in righteousness, and then it was well for him?
Darby English Bible (DBY) Shalt thou reign, because thou viest with the cedar? Did not thy father eat and drink, and do judgment and justice? Then it was well with him.
World English Bible (WEB) Shall you reign, because you strive to excel in cedar? Didn't your father eat and drink, and do justice and righteousness? then it was well with him.
Young's Literal Translation (YLT) Dost thou reign, because thou art fretting thyself in cedar? Thy father -- did he not eat and drink? Yea, he did judgment and righteousness, Then `it is' well with him.
Cross Reference Deuteronomy 4:40 in Oriya 40 ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
2 Samuel 8:15 in Oriya 15 ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
1 Kings 4:20 in Oriya 20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
1 Kings 10:9 in Oriya 9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
2 Kings 22:2 in Oriya 2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
2 Kings 23:25 in Oriya 25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
1 Chronicles 3:15 in Oriya 15 ଯୋଶିୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକିୟ, ଚତୁର୍ଥ ଶଲ୍ଲୁମ୍।
2 Chronicles 34:2 in Oriya 2 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
2 Chronicles 35:7 in Oriya 7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
2 Chronicles 35:12 in Oriya 12 ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Proverbs 20:28 in Oriya 28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
Proverbs 21:3 in Oriya 3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
Proverbs 25:5 in Oriya 5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
Proverbs 29:4 in Oriya 4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
Proverbs 31:9 in Oriya 9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
Ecclesiastes 2:24 in Oriya 24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Ecclesiastes 10:17 in Oriya 17 ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 33:16 in Oriya 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Jeremiah 21:12 in Oriya 12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Jeremiah 22:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Jeremiah 22:18 in Oriya 18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 42:6 in Oriya 6 ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Acts 2:46 in Oriya 46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
1 Corinthians 10:31 in Oriya 31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଇଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।