Jeremiah 23:4 in Oriya 4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) And I will set up shepherds over them which shall feed them: and they shall fear no more, nor be dismayed, neither shall they be lacking, saith the LORD.
American Standard Version (ASV) And I will set up shepherds over them, who shall feed them; and they shall fear no more, nor be dismayed, neither shall any be lacking, saith Jehovah.
Bible in Basic English (BBE) And I will put over them keepers who will take care of them: never again will they be overcome with fear or be troubled, and there will not be the loss of one of them, says the Lord.
Darby English Bible (DBY) And I will raise up shepherds over them, who shall feed them; and they shall fear no more, nor be dismayed, neither shall any be missing, saith Jehovah.
World English Bible (WEB) I will set up shepherds over them, who shall feed them; and they shall fear no more, nor be dismayed, neither shall any be lacking, says Yahweh.
Young's Literal Translation (YLT) And I have raised for them shepherds, And they have fed them, And they fear no more, nor are affrighted, Nor are they lacking -- an affirmation of Jehovah.
Cross Reference Numbers 31:49 in Oriya 49 ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
Psalm 78:70 in Oriya 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Jeremiah 3:14 in Oriya 14 ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 31:10 in Oriya 10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”
Jeremiah 33:26 in Oriya 26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Jeremiah 46:27 in Oriya 27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Hosea 3:3 in Oriya 3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ' ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
John 6:39 in Oriya 39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 17:12 in Oriya 12 ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।
John 18:9 in Oriya 9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,