Jeremiah 25:34 in Oriya 34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Other Translations King James Version (KJV) Howl, ye shepherds, and cry; and wallow yourselves in the ashes, ye principal of the flock: for the days of your slaughter and of your dispersions are accomplished; and ye shall fall like a pleasant vessel.
American Standard Version (ASV) Wail, ye shepherds, and cry; and wallow `in ashes', ye principal of the flock; for the days of your slaughter and of your dispersions are fully come, and ye shall fall like a goodly vessel.
Bible in Basic English (BBE) Give cries of grief, you keepers of sheep; give cries for help, rolling yourselves in the dust, you chiefs of the flock: for the days of your destruction have fully come, and I will send you in all directions, and your fall will be like that of the males of the flock.
Darby English Bible (DBY) Howl, ye shepherds, and cry; and wallow yourselves [in the dust], noble ones of the flock: for the days of your slaughter are accomplished, and I will disperse you; and ye shall fall like a precious vessel.
World English Bible (WEB) Wail, you shepherds, and cry; and wallow [in ashes], you principal of the flock; for the days of your slaughter and of your dispersions are fully come, and you shall fall like a goodly vessel.
Young's Literal Translation (YLT) Howl, ye shepherds, and cry, And roll yourselves, ye honourable of the flock, For full have been your days, For slaughtering, and `for' your scatterings, And ye have fallen as a desirable vessel.
Cross Reference 2 Chronicles 36:10 in Oriya 10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
Psalm 2:9 in Oriya 9 ତୁମ୍ଭେ ଲୌହଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
Isaiah 2:16 in Oriya 16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
Isaiah 10:12 in Oriya 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Isaiah 30:14 in Oriya 14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 34:6 in Oriya 6 ସଦାପ୍ରଭୁଙ୍କ ଖଡ଼୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
Jeremiah 3:19 in Oriya 19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
Jeremiah 4:8 in Oriya 8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।
Jeremiah 6:26 in Oriya 26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
Jeremiah 19:10 in Oriya 10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
Jeremiah 22:28 in Oriya 28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର ? ସେ କି ଅପ୍ରୀତିକର ପାତ୍ର ? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
Jeremiah 25:12 in Oriya 12 ପୁଣି, ସଦାପ୍ରଭୁ କହନ୍ତି, “ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
Jeremiah 25:23 in Oriya 23 ଦଦାନ୍, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
Jeremiah 25:36 in Oriya 36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Jeremiah 48:26 in Oriya 26 ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Jeremiah 50:27 in Oriya 27 ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର ! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Ezekiel 27:30 in Oriya 30 ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
Ezekiel 34:16 in Oriya 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Ezekiel 34:20 in Oriya 20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା।
Daniel 11:8 in Oriya 8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
Amos 5:11 in Oriya 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।