Jeremiah 26:19 in Oriya 19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ'ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ'ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ'ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
Other Translations King James Version (KJV) Did Hezekiah king of Judah and all Judah put him at all to death? did he not fear the LORD, and besought the LORD, and the LORD repented him of the evil which he had pronounced against them? Thus might we procure great evil against our souls.
American Standard Version (ASV) Did Hezekiah king of Judah and all Judah put him to death? did he not fear Jehovah, and entreat the favor of Jehovah, and Jehovah repented him of the evil which he had pronounced against them? Thus should we commit great evil against our own souls.
Bible in Basic English (BBE) Did Hezekiah and all Judah put him to death? did he not in the fear of the Lord make prayer for the grace of the Lord, and the Lord let himself be turned from the decision he had made against them for evil? By this act we might do great evil against ourselves.
Darby English Bible (DBY) Did Hezekiah king of Judah and all Judah put him at all to death? Did he not fear Jehovah, and supplicate Jehovah, and Jehovah repented him of the evil that he had pronounced against them? And we should be doing a great evil against our souls.
World English Bible (WEB) Did Hezekiah king of Judah and all Judah put him to death? Didn't he fear Yahweh, and entreat the favor of Yahweh, and Yahweh repented him of the evil which he had pronounced against them? Thus should we commit great evil against our own souls.
Young's Literal Translation (YLT) `Put him at all to death did Hezekiah king of Judah, and all Judah? Did he not fear Jehovah? yea, he appeaseth the face of Jehovah, and Jehovah repenteth concerning the evil that He spake against them; and we are doing great evil against our souls.
Cross Reference Exodus 32:14 in Oriya 14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
Numbers 16:38 in Oriya 38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
Numbers 35:33 in Oriya 33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
2 Samuel 24:16 in Oriya 16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
2 Chronicles 29:6 in Oriya 6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇ ଅଛନ୍ତି।
2 Chronicles 32:20 in Oriya 20 ଏଥିରେ ହିଜକିୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
2 Chronicles 34:21 in Oriya 21 ତୁମ୍ଭେମାନେ ଯାଇ ମୋ' ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।
Isaiah 26:21 in Oriya 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
Isaiah 37:1 in Oriya 1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
Isaiah 37:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Isaiah 37:15 in Oriya 15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Jeremiah 26:3 in Oriya 3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।'”
Jeremiah 26:15 in Oriya 15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Jeremiah 44:7 in Oriya 7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Habakkuk 2:10 in Oriya 10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Matthew 27:24 in Oriya 24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
Luke 3:19 in Oriya 19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Revelation 6:9 in Oriya 9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
Revelation 16:6 in Oriya 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।