Jeremiah 27:15 in Oriya 15 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।'”
Other Translations King James Version (KJV) For I have not sent them, saith the LORD, yet they prophesy a lie in my name; that I might drive you out, and that ye might perish, ye, and the prophets that prophesy unto you.
American Standard Version (ASV) For I have not sent them, saith Jehovah, but they prophesy falsely in my name; that I may drive you out, and that ye may perish, ye, and the prophets that prophesy unto you.
Bible in Basic English (BBE) For I have not sent them, says the Lord, but they are saying what is false in my name, so that I might send you out by force, causing destruction to come on you and on your prophets.
Darby English Bible (DBY) For I have not sent them, saith Jehovah, yet they prophesy falsely in my name; in order that I should drive you out, and that ye should perish, ye, and the prophets who prophesy unto you.
World English Bible (WEB) For I have not sent them, says Yahweh, but they prophesy falsely in my name; that I may drive you out, and that you may perish, you, and the prophets who prophesy to you.
Young's Literal Translation (YLT) For I have not sent them -- an affirmation of Jehovah -- and they are prophesying in My name falsely, so as to drive you out, and ye have perished, ye, and the prophets who are prophesying to you.'
Cross Reference 2 Chronicles 18:17 in Oriya 17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିନାହିଁ ?”
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 14:15 in Oriya 15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,' ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Jeremiah 20:6 in Oriya 6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”
Jeremiah 23:15 in Oriya 15 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”
Jeremiah 23:21 in Oriya 21 ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Jeremiah 27:10 in Oriya 10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Jeremiah 28:16 in Oriya 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।'”
Jeremiah 29:9 in Oriya 9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।”
Jeremiah 29:22 in Oriya 22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
Jeremiah 29:31 in Oriya 31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,'
Ezekiel 14:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
Micah 3:5 in Oriya 5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
2 Timothy 2:17 in Oriya 17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Revelation 13:12 in Oriya 12 ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।