Jeremiah 27:5 in Oriya 5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Other Translations King James Version (KJV) I have made the earth, the man and the beast that are upon the ground, by my great power and by my outstretched arm, and have given it unto whom it seemed meet unto me.
American Standard Version (ASV) I have made the earth, the men and the beasts that are upon the face of the earth, by my great power and by my outstretched arm; and I give it unto whom it seemeth right unto me.
Bible in Basic English (BBE) I have made the earth, and man and beast on the face of the earth, by my great power and by my outstretched arm; and I will give it to anyone at my pleasure.
Darby English Bible (DBY) I have made the earth, man and beast that are upon the face of the earth, by my great power and by my outstretched arm; and I give them unto whom it seemeth right in mine eyes.
World English Bible (WEB) I have made the earth, the men and the animals that are on the surface of the earth, by my great power and by my outstretched arm; and I give it to whom it seems right to me.
Young's Literal Translation (YLT) Thus do ye say unto your lords, I -- I have made the earth with man, and the cattle that `are' on the face of the earth, by My great power, and by My stretched-out arm, and I have given it to whom it hath been right in Mine eyes.
Cross Reference Genesis 1:29 in Oriya 29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
Genesis 9:2 in Oriya 2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
Genesis 9:6 in Oriya 6 ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Exodus 20:11 in Oriya 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
Deuteronomy 2:7 in Oriya 7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।'”
Deuteronomy 2:9 in Oriya 9 ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
Deuteronomy 2:19 in Oriya 19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।
Deuteronomy 2:21 in Oriya 21 ସେମାନେ ବଳବାନ୍ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାର ଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
Deuteronomy 4:17 in Oriya 17 କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,
Deuteronomy 4:25 in Oriya 25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
Deuteronomy 4:32 in Oriya 32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି ?
Deuteronomy 4:35 in Oriya 35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Deuteronomy 5:16 in Oriya 16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
Deuteronomy 9:29 in Oriya 29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।
Deuteronomy 32:8 in Oriya 8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Joshua 1:2 in Oriya 2 ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
Ezra 1:2 in Oriya 2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
Job 26:5 in Oriya 5 ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
Job 38:4 in Oriya 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।
Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Psalm 115:15 in Oriya 15 ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।
Psalm 135:10 in Oriya 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Psalm 136:5 in Oriya 5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Psalm 146:5 in Oriya 5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
Psalm 148:2 in Oriya 2 ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Isaiah 40:21 in Oriya 21 ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?
Isaiah 42:5 in Oriya 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:12 in Oriya 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Isaiah 48:13 in Oriya 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Jeremiah 10:11 in Oriya 11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Jeremiah 51:15 in Oriya 15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
Daniel 4:17 in Oriya 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Colossians 1:16 in Oriya 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:10 in Oriya 10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ”
Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।