Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Other Translations King James Version (KJV) And all nations shall serve him, and his son, and his son's son, until the very time of his land come: and then many nations and great kings shall serve themselves of him.
American Standard Version (ASV) And all the nations shall serve him, and his son, and his son's son, until the time of his own land come: and then many nations and great kings shall make him their bondman.
Bible in Basic English (BBE) And all the nations will be servants to him and to his son and to his son's son, till the time comes for his land to be overcome: and then a number of nations and great kings will take it for their use.
Darby English Bible (DBY) And all the nations shall serve him, and his son, and his son's son, until the time of his land also come, when many nations and great kings shall reduce him to servitude.
World English Bible (WEB) All the nations shall serve him, and his son, and his son's son, until the time of his own land come: and then many nations and great kings shall make him their bondservant.
Young's Literal Translation (YLT) And served him have all the nations, and his son, and his son's son, till the coming in of the time of his land, also it; and done service for him have many nations and great kings.
Cross Reference 2 Chronicles 36:20 in Oriya 20 ପୁଣି, ସେ ଖଡ଼୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
Psalm 37:13 in Oriya 13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 13:1 in Oriya 1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Isaiah 13:8 in Oriya 8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
Isaiah 14:4 in Oriya 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
Isaiah 14:22 in Oriya 22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
Isaiah 21:9 in Oriya 9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।”
Isaiah 47:1 in Oriya 1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
Jeremiah 25:11 in Oriya 11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”
Jeremiah 50:1 in Oriya 1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
Jeremiah 52:31 in Oriya 31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
Daniel 5:25 in Oriya 25 ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
Habakkuk 2:7 in Oriya 7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ ?
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Revelation 13:5 in Oriya 5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
Revelation 14:8 in Oriya 8 ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
Revelation 14:15 in Oriya 15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 17:16 in Oriya 16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।