Jeremiah 28:8 in Oriya 8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି।
Other Translations King James Version (KJV) The prophets that have been before me and before thee of old prophesied both against many countries, and against great kingdoms, of war, and of evil, and of pestilence.
American Standard Version (ASV) The prophets that have been before me and before thee of old prophesied against many countries, and against great kingdoms, of war, and of evil, and of pestilence.
Bible in Basic English (BBE) The prophets, who were before me and before you, from early times gave word to a number of countries and great kingdoms about war and destruction and disease.
Darby English Bible (DBY) The prophets that have been before me and before thee of old, prophesied also concerning many countries and concerning great kingdoms, of war, and of evil, and of pestilence.
World English Bible (WEB) The prophets who have been before me and before you of old prophesied against many countries, and against great kingdoms, of war, and of evil, and of pestilence.
Young's Literal Translation (YLT) The prophets who have been before me, and before thee, from of old, even they prophesy concerning many lands, and concerning great kingdoms, of battle, and of evil, and of pestilence.
Cross Reference Leviticus 26:14 in Oriya 14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Deuteronomy 4:26 in Oriya 26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 29:18 in Oriya 18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
1 Samuel 2:27 in Oriya 27 ଏଥି ଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
1 Samuel 3:11 in Oriya 11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
1 Kings 14:7 in Oriya 7 ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
1 Kings 21:18 in Oriya 18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 6:9 in Oriya 9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
Isaiah 13:18 in Oriya 18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
Isaiah 24:1 in Oriya 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Joel 1:2 in Oriya 2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟରେ କି ଏହା ଘଟିଅଛି ?
Joel 3:1 in Oriya 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
Amos 1:2 in Oriya 2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Nahum 1:1 in Oriya 1 ନୀନିବୀ ବିଷୟକ ଭାରୋକ୍ତି। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।