Jeremiah 29:26 in Oriya 26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Other Translations King James Version (KJV) The LORD hath made thee priest in the stead of Jehoiada the priest, that ye should be officers in the house of the LORD, for every man that is mad, and maketh himself a prophet, that thou shouldest put him in prison, and in the stocks.
American Standard Version (ASV) Jehovah hath made thee priest in the stead of Jehoiada the priest, that there may be officers in the house of Jehovah, for every man that is mad, and maketh himself a prophet, that thou shouldest put him in the stocks and in shackles.
Bible in Basic English (BBE) The Lord has made you priest in place of Jehoiada the priest, to be an overseer in the house of the Lord for every man who is off his head and is acting as a prophet, to put such men in prison and in chains.
Darby English Bible (DBY) Jehovah hath made thee priest in the stead of Jehoiada the priest, that there should be officers [in] the house of Jehovah, over every madman and self-made prophet, that thou shouldest put him in the stocks and in the shackles.
World English Bible (WEB) Yahweh has made you priest in the place of Jehoiada the priest, that there may be officers in the house of Yahweh, for every man who is mad, and makes himself a prophet, that you should put him in the stocks and in shackles.
Young's Literal Translation (YLT) Jehovah hath made thee priest instead of Jehoiada the priest, for there being inspectors of the house of Jehovah, for every one mad and making himself a prophet, and thou hast put him unto the torture and unto the stocks.
Cross Reference Deuteronomy 13:1 in Oriya 1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
2 Kings 9:11 in Oriya 11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
2 Kings 11:15 in Oriya 15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
2 Kings 11:18 in Oriya 18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
2 Chronicles 16:10 in Oriya 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
2 Chronicles 18:26 in Oriya 26 ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
Jeremiah 20:1 in Oriya 1 ଯିରିମୀୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା।
Jeremiah 29:27 in Oriya 27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ ?
Jeremiah 38:6 in Oriya 6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
Jeremiah 38:28 in Oriya 28 ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Zechariah 13:3 in Oriya 3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
Matthew 21:23 in Oriya 23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?
Mark 3:21 in Oriya 21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
John 8:53 in Oriya 53 ତୁ କ'ଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
John 10:20 in Oriya 20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?
John 10:33 in Oriya 33 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ।
Acts 4:1 in Oriya 1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Acts 5:18 in Oriya 18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।
Acts 5:24 in Oriya 24 ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।
Acts 16:24 in Oriya 24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ।
Acts 26:11 in Oriya 11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
Acts 26:24 in Oriya 24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
2 Corinthians 5:13 in Oriya 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଇଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
2 Corinthians 11:33 in Oriya 33 ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପାଚେରିଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।