Jeremiah 3:14 in Oriya 14 ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
Other Translations King James Version (KJV) Turn, O backsliding children, saith the LORD; for I am married unto you: and I will take you one of a city, and two of a family, and I will bring you to Zion:
American Standard Version (ASV) Return, O backsliding children, saith Jehovah; for I am a husband unto you: and I will take you one of a city, and two of a family, and I will bring you to Zion:
Bible in Basic English (BBE) Come back, O children who are turned away, says the Lord; for I am a husband to you, and I will take you, one from a town and two from a family, and will make you come to Zion;
Darby English Bible (DBY) Return, backsliding children, saith Jehovah; for I am a husband unto you, and I will take you, one of a city, and two of a family, and I will bring you to Zion.
World English Bible (WEB) Return, backsliding children, says Yahweh; for I am a husband to you: and I will take you one of a city, and two of a family, and I will bring you to Zion:
Young's Literal Translation (YLT) Turn back, O backsliding sons, An affirmation of Jehovah. For I have ruled over you, And taken you one of a city, and two of a family, And have brought you to Zion,
Cross Reference Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Isaiah 6:13 in Oriya 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ୍ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।
Isaiah 10:22 in Oriya 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 17:6 in Oriya 6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
Isaiah 24:13 in Oriya 13 କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 31:8 in Oriya 8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Jeremiah 31:32 in Oriya 32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Ezekiel 34:11 in Oriya 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
Hosea 2:19 in Oriya 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Romans 9:27 in Oriya 27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;”
Romans 11:4 in Oriya 4 କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।'