Jeremiah 30:14 in Oriya 14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Other Translations King James Version (KJV) All thy lovers have forgotten thee; they seek thee not; for I have wounded thee with the wound of an enemy, with the chastisement of a cruel one, for the multitude of thine iniquity; because thy sins were increased.
American Standard Version (ASV) All thy lovers have forgotten thee; they seek thee not: for I have wounded thee with the wound of an enemy, with the chastisement of a cruel one, for the greatness of thine iniquity, because thy sins were increased.
Bible in Basic English (BBE) Your lovers have no more thought for you, they go after you no longer; for I have given you the wound of a hater, even cruel punishment;
Darby English Bible (DBY) All thy lovers have forgotten thee; they seek thee not. For I have smitten thee with the stroke of an enemy, with the chastisement of a cruel one, for the greatness of thine iniquity: thy sins are manifold.
World English Bible (WEB) All your lovers have forgotten you; they don't seek you: for I have wounded you with the wound of an enemy, with the chastisement of a cruel one, for the greatness of your iniquity, because your sins were increased.
Young's Literal Translation (YLT) all loving thee have forgotten thee, Thee they do not seek, For with the stroke of an enemy I smote thee, The chastisement of a fierce one, Because of the abundance of thy iniquity, Mighty have been thy sins!
Cross Reference Job 13:24 in Oriya 24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ ?
Job 16:9 in Oriya 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ' ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ' ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
Job 19:11 in Oriya 11 ମଧ୍ୟ ସେ ମୋ' ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
Job 30:21 in Oriya 21 ତୁମ୍ଭେ ମୋ' ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
Psalm 90:7 in Oriya 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
Jeremiah 2:36 in Oriya 36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Jeremiah 4:30 in Oriya 30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
Jeremiah 5:6 in Oriya 6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Jeremiah 6:23 in Oriya 23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”
Jeremiah 22:20 in Oriya 20 ତୁମ୍ଭେ ଲିବାନୋନ୍କୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Jeremiah 22:22 in Oriya 22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
Jeremiah 30:15 in Oriya 15 ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
Jeremiah 38:22 in Oriya 22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।'
Lamentations 1:2 in Oriya 2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Lamentations 1:19 in Oriya 19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
Lamentations 2:4 in Oriya 4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
Ezekiel 9:8 in Oriya 8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?”
Ezekiel 23:9 in Oriya 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
Ezekiel 23:22 in Oriya 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Hosea 2:5 in Oriya 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
Hosea 2:10 in Oriya 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Hosea 5:14 in Oriya 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
Revelation 17:12 in Oriya 12 ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।