Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Other Translations King James Version (KJV) Thus saith the LORD; Behold, I will bring again the captivity of Jacob's tents, and have mercy on his dwellingplaces; and the city shall be builded upon her own heap, and the palace shall remain after the manner thereof.
American Standard Version (ASV) Thus saith Jehovah: Behold, I will turn again the captivity of Jacob's tents, and have compassion on his dwelling-places; and the city shall be builded upon its own hill, and the palace shall be inhabited after its own manner.
Bible in Basic English (BBE) The Lord has said, See, I am changing the fate of the tents of Jacob, and I will have pity on his houses; the town will be put up on its hill, and the great houses will be living-places again.
Darby English Bible (DBY) Thus saith Jehovah: Behold, I will turn the captivity of Jacob's tents, and have mercy on his habitations; and the city shall be built upon her own heap; and the palace shall be inhabited after the manner thereof.
World English Bible (WEB) Thus says Yahweh: Behold, I will turn again the captivity of Jacob's tents, and have compassion on his dwelling-places; and the city shall be built on its own hill, and the palace shall be inhabited after its own manner.
Young's Literal Translation (YLT) Thus said Jehovah: Lo, I turn back `to' the captivity of the tents of Jacob, And his dwelling places I pity, And the city hath been built on its heap, And the palace according to its ordinance remaineth.
Cross Reference 1 Chronicles 29:1 in Oriya 1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
1 Chronicles 29:19 in Oriya 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ' ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
Ezra 6:3 in Oriya 3 କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, “ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
Nehemiah 3:1 in Oriya 1 ଏହା ପରେ ଇଲିୟାଶୀବ୍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
Nehemiah 7:4 in Oriya 4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା।
Psalm 78:69 in Oriya 69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
Psalm 85:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
Psalm 102:13 in Oriya 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 44:28 in Oriya 28 ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 29:14 in Oriya 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”
Jeremiah 30:3 in Oriya 3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,ଏପରି ସମୟ ଆସୁଅଛି;' ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।'”
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Jeremiah 31:38 in Oriya 38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Jeremiah 31:40 in Oriya 40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”
Jeremiah 33:7 in Oriya 7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Jeremiah 46:27 in Oriya 27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
Jeremiah 49:6 in Oriya 6 ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
Jeremiah 49:39 in Oriya 39 ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Haggai 2:7 in Oriya 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 1:16 in Oriya 16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 12:6 in Oriya 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Zechariah 14:10 in Oriya 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।