Cross Reference Genesis 18:27 in Oriya 27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
Genesis 18:30 in Oriya 30 ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
Genesis 18:32 in Oriya 32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Numbers 16:5 in Oriya 5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
Numbers 16:40 in Oriya 40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
Numbers 17:12 in Oriya 12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
Deuteronomy 18:18 in Oriya 18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
Deuteronomy 33:5 in Oriya 5 ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
2 Samuel 7:13 in Oriya 13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
Ezra 2:2 in Oriya 2 ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମିୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
Ezra 7:25 in Oriya 25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
Nehemiah 2:9 in Oriya 9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋ' ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
Nehemiah 7:2 in Oriya 2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Job 23:3 in Oriya 3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି !
Job 42:3 in Oriya 3 ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।
Psalm 89:29 in Oriya 29 ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 30:9 in Oriya 9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।'
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Jeremiah 49:19 in Oriya 19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ?
Jeremiah 50:44 in Oriya 44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ?
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 2:2 in Oriya 2 “ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।”
Matthew 3:17 in Oriya 17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
Matthew 21:5 in Oriya 5 ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
Matthew 27:37 in Oriya 37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
Mark 11:9 in Oriya 9 ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !
Luke 1:32 in Oriya 32 ସେ ମହାନ ହେବେ ଓ ମହାନ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
John 18:36 in Oriya 36 ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ବନ୍ଧୀୟ ନୁହେଁ।
John 19:19 in Oriya 19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା।
Acts 2:34 in Oriya 34 କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Acts 5:31 in Oriya 31 ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି।
Romans 8:34 in Oriya 34 କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 4:14 in Oriya 14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଇଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
Hebrews 7:21 in Oriya 21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
1 John 2:2 in Oriya 2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।