Jeremiah 31:35 in Oriya 35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :
Other Translations King James Version (KJV) Thus saith the LORD, which giveth the sun for a light by day, and the ordinances of the moon and of the stars for a light by night, which divideth the sea when the waves thereof roar; The LORD of hosts is his name:
American Standard Version (ASV) Thus saith Jehovah, who giveth the sun for a light by day, and the ordinances of the moon and of the stars for a light by night, who stirreth up the sea, so that the waves thereof roar; Jehovah of hosts is his name:
Bible in Basic English (BBE) These are the words of the Lord, who has given the sun for a light by day, ordering the moon and stars for a light by night, who puts the sea in motion, causing the thunder of its waves; the Lord of armies is his name.
Darby English Bible (DBY) Thus saith Jehovah, who giveth the sun for light by day, the ordinances of the moon and of the stars for light by night, who stirreth up the sea so that the waves thereof roar, -- Jehovah of hosts is his name:
World English Bible (WEB) Thus says Yahweh, who gives the sun for a light by day, and the ordinances of the moon and of the stars for a light by night, who stirs up the sea, so that the waves of it roar; Yahweh of hosts is his name:
Young's Literal Translation (YLT) Thus said Jehovah, Who is giving the sun for a light by day, The statutes of moon and stars for a light by night, Quieting the sea when its billows roar, Jehovah of Hosts `is' His name:
Cross Reference Genesis 1:14 in Oriya 14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
Exodus 14:21 in Oriya 21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
Deuteronomy 4:19 in Oriya 19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
Job 26:12 in Oriya 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
Job 38:10 in Oriya 10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
Job 38:33 in Oriya 33 ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର ?
Psalm 19:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Psalm 72:5 in Oriya 5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 74:13 in Oriya 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Psalm 74:16 in Oriya 16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Psalm 78:13 in Oriya 13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
Psalm 89:2 in Oriya 2 କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
Psalm 89:36 in Oriya 36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
Psalm 93:3 in Oriya 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
Psalm 106:9 in Oriya 9 ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
Psalm 107:25 in Oriya 25 ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
Psalm 114:3 in Oriya 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
Psalm 119:89 in Oriya 89 ଲାମଦ୍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
Psalm 136:7 in Oriya 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 48:2 in Oriya 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Isaiah 51:15 in Oriya 15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Isaiah 63:12 in Oriya 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Jeremiah 5:22 in Oriya 22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Jeremiah 32:18 in Oriya 18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
Jeremiah 46:18 in Oriya 18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
Jeremiah 50:34 in Oriya 34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”
Jeremiah 51:19 in Oriya 19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Matthew 5:45 in Oriya 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
Matthew 8:25 in Oriya 25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।