Jeremiah 34:14 in Oriya 14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
Other Translations King James Version (KJV) At the end of seven years let ye go every man his brother an Hebrew, which hath been sold unto thee; and when he hath served thee six years, thou shalt let him go free from thee: but your fathers hearkened not unto me, neither inclined their ear.
American Standard Version (ASV) At the end of seven years ye shall let go every man his brother that is a Hebrew, that hath been sold unto thee, and hath served thee six years, thou shalt let him go free from thee: but your fathers hearkened not unto me, neither inclined their ear.
Bible in Basic English (BBE) At the end of seven years every man is to let go his countryman who is a Hebrew, who has become yours for a price and has been your servant for six years; you are to let him go free: but your fathers gave no attention and did not give ear.
Darby English Bible (DBY) At the end of seven years ye shall let go every man his brother, a Hebrew, who hath sold himself unto thee; when he hath served thee six years, thou shalt let him go free from thee. But your fathers hearkened not unto me, neither inclined their ear.
World English Bible (WEB) At the end of seven years you shall let go every man his brother who is a Hebrew, who has been sold to you, and has served you six years, you shall let him go free from you: but your fathers didn't listen to me, neither inclined their ear.
Young's Literal Translation (YLT) At the end of seven years ye do send forth each his brother, the Hebrew, who is sold to thee, and hath served thee six years, yea, thou hast sent him forth free from thee: and your fathers hearkened not unto Me, nor inclined their ear.
Cross Reference Exodus 21:1 in Oriya 1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-
Exodus 23:10 in Oriya 10 ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
Deuteronomy 15:12 in Oriya 12 ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।
1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
1 Kings 9:22 in Oriya 22 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
2 Chronicles 28:10 in Oriya 10 ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନ-ସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କ'ଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ ?
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:30 in Oriya 30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
Isaiah 50:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Isaiah 58:6 in Oriya 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Jeremiah 7:25 in Oriya 25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
Jeremiah 11:8 in Oriya 8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।'”
Jeremiah 32:30 in Oriya 30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି।
Jeremiah 34:8 in Oriya 8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକି ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
Ezekiel 20:4 in Oriya 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Amos 8:6 in Oriya 6 ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Romans 7:14 in Oriya 14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।
Romans 7:24 in Oriya 24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ?