Jeremiah 34:20 in Oriya 20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
Other Translations King James Version (KJV) I will even give them into the hand of their enemies, and into the hand of them that seek their life: and their dead bodies shall be for meat unto the fowls of the heaven, and to the beasts of the earth.
American Standard Version (ASV) I will even give them into the hand of their enemies, and into the hand of them that seek their life; and their dead bodies shall be for food unto the birds of the heavens, and to the beasts of the earth.
Bible in Basic English (BBE) Even these I will give up into the hands of their haters and into the hands of those who have designs against their lives: and their dead bodies will become food for the birds of heaven and the beasts of the earth.
Darby English Bible (DBY) them will I give into the hand of their enemies and into the hand of them that seek their life; and their carcases shall be food for the fowl of the heavens and for the beasts of the earth.
World English Bible (WEB) I will even give them into the hand of their enemies, and into the hand of those who seek their life; and their dead bodies shall be for food to the birds of the sky, and to the animals of the earth.
Young's Literal Translation (YLT) yea, I have given them into the hand of their enemies, and into the hand of those seeking their soul, and their carcase hath been for food to the fowl of the heavens, and to the beast of the earth.
Cross Reference Deuteronomy 28:26 in Oriya 26 ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।
1 Samuel 17:44 in Oriya 44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ' କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।
1 Samuel 17:46 in Oriya 46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ' ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
1 Kings 14:11 in Oriya 11 ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
1 Kings 16:4 in Oriya 4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।
1 Kings 21:23 in Oriya 23 ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
2 Kings 9:34 in Oriya 34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
Jeremiah 4:30 in Oriya 30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
Jeremiah 7:33 in Oriya 33 ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
Jeremiah 11:21 in Oriya 21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
Jeremiah 16:4 in Oriya 4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”
Jeremiah 19:7 in Oriya 7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Jeremiah 22:25 in Oriya 25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Jeremiah 38:16 in Oriya 16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
Jeremiah 44:30 in Oriya 30 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”
Jeremiah 49:37 in Oriya 37 ପୁଣି, ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
Ezekiel 29:5 in Oriya 5 ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
Ezekiel 32:4 in Oriya 4 ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
Ezekiel 39:17 in Oriya 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
Revelation 19:17 in Oriya 17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଇଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,