Jeremiah 35:4 in Oriya 4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ନେଇଗଲି, ସେହି କୋଠରୀ ଶଲ୍ଲମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା;
Other Translations King James Version (KJV) And I brought them into the house of the LORD, into the chamber of the sons of Hanan, the son of Igdaliah, a man of God, which was by the chamber of the princes, which was above the chamber of Maaseiah the son of Shallum, the keeper of the door:
American Standard Version (ASV) and I brought them into the house of Jehovah, into the chamber of the sons of Hanan the son of Igdaliah, the man of God, which was by the chamber of the princes, which was above the chamber of Maaseiah the son of Shallum, the keeper of the threshold.
Bible in Basic English (BBE) And I took them into the house of the Lord, into the room of the sons of Hanan, the son of Igdaliah, the man of God, which was near the rulers' room, which was over the room of Maaseiah, the son of Shallum, the keeper of the door;
Darby English Bible (DBY) and I brought them into the house of Jehovah, into the chamber of the sons of Hanan the son of Igdaliah, the man of God, which was by the chamber of the princes, which was above the chamber of Maaseiah the son of Shallum, the keeper of the threshold.
World English Bible (WEB) and I brought them into the house of Yahweh, into the chamber of the sons of Hanan the son of Igdaliah, the man of God, which was by the chamber of the princes, which was above the chamber of Maaseiah the son of Shallum, the keeper of the threshold.
Young's Literal Translation (YLT) and bring them into the house of Jehovah, unto the chamber of the sons of Hanan son of Igdaliah, a man of God, that `is' near to the chamber of the princes, that `is' above the chamber of Maaseiah son of Shallum, keeper of the threshold;
Cross Reference Deuteronomy 33:1 in Oriya 1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
Joshua 14:6 in Oriya 6 ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ- ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
1 Samuel 2:27 in Oriya 27 ଏଥି ଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
1 Samuel 9:6 in Oriya 6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।
1 Kings 12:22 in Oriya 22 ମାତ୍ର ପରମେଶ୍ୱରଙ୍କ ଲୋକ ଶମିୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
1 Kings 13:1 in Oriya 1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବୈଥେଲରେ ଉପସ୍ଥିତ ହେଲା।
1 Kings 13:26 in Oriya 26 ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
1 Kings 17:18 in Oriya 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ' ପୁତ୍ରକୁ ବଧ କରିବାକୁ ଆସିଅଛ !”
1 Kings 17:24 in Oriya 24 ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”
1 Kings 20:28 in Oriya 28 ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।”
2 Kings 1:9 in Oriya 9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।”
2 Kings 1:11 in Oriya 11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ।”
2 Kings 5:14 in Oriya 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
2 Kings 5:20 in Oriya 20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ' ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
2 Kings 6:10 in Oriya 10 ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।
2 Kings 7:2 in Oriya 2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ'ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
2 Kings 7:17 in Oriya 17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
2 Kings 8:2 in Oriya 2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
2 Kings 12:9 in Oriya 9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
2 Kings 23:16 in Oriya 16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
2 Kings 25:18 in Oriya 18 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
1 Chronicles 9:18 in Oriya 18 ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
1 Chronicles 9:27 in Oriya 27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
2 Chronicles 8:14 in Oriya 14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
2 Chronicles 25:7 in Oriya 7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
Psalm 84:10 in Oriya 10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
Jeremiah 26:10 in Oriya 10 ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
Jeremiah 36:10 in Oriya 10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।
Jeremiah 52:24 in Oriya 24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
Ezekiel 43:8 in Oriya 8 ସେମାନେ ଆମ୍ଭର ଦ୍ୱାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
1 Timothy 6:11 in Oriya 11 କିନ୍ତୁ ହେ ଇଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
2 Timothy 3:17 in Oriya 17 ଯେପରି ଇଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।