Jeremiah 36:2 in Oriya 2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
Other Translations King James Version (KJV) Take thee a roll of a book, and write therein all the words that I have spoken unto thee against Israel, and against Judah, and against all the nations, from the day I spake unto thee, from the days of Josiah, even unto this day.
American Standard Version (ASV) Take thee a roll of a book, and write therein all the words that I have spoken unto thee against Israel, and against Judah, and against all the nations, from the day I spake unto thee, from the days of Josiah, even unto this day.
Bible in Basic English (BBE) Take a book and put down in it all the words I have said to you against Israel and against Judah and against all the nations, from the day when my word came to you in the days of Josiah till this day.
Darby English Bible (DBY) Take thee a roll of a book, and write therein all the words that I have spoken unto thee against Israel, and against Judah, and against all the nations, from the day I spoke unto thee, from the days of Josiah, even unto this day.
World English Bible (WEB) Take a scroll of a book, and write therein all the words that I have spoken to you against Israel, and against Judah, and against all the nations, from the day I spoke to you, from the days of Josiah, even to this day.
Young's Literal Translation (YLT) `Take to thee a roll of a book, and thou hast written on it all the words that I have spoken unto thee concerning Israel, and concerning Judah, and concerning all the nations, from the day I spake unto thee, from the days of Josiah, even unto this day;
Cross Reference Exodus 17:14 in Oriya 14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
Deuteronomy 31:24 in Oriya 24 ଏଥିଉତ୍ତାରେ ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ
2 Kings 17:18 in Oriya 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
Ezra 6:2 in Oriya 2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।
Job 31:35 in Oriya 35 ଆଃ, କେହି ଯେବେ ମୋ' କଥା ଶୁଣିବାକୁ ଥା'ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ;) ଓ ମୋ' ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି !
Psalm 40:7 in Oriya 7 ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
Isaiah 8:1 in Oriya 1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
Isaiah 30:8 in Oriya 8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର।
Jeremiah 1:2 in Oriya 2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
Jeremiah 1:5 in Oriya 5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
Jeremiah 1:10 in Oriya 10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
Jeremiah 2:4 in Oriya 4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Jeremiah 3:3 in Oriya 3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।”
Jeremiah 23:13 in Oriya 13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 30:2 in Oriya 2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।'
Jeremiah 32:30 in Oriya 30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି।
Jeremiah 36:6 in Oriya 6 ଏଣୁ ତୁମ୍ଭେ ଯାଅ, ପୁଣି ମୋ' ମୁଖରୁ ଶୁଣି ଯାହା ଯାହା ଏହି ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।
Jeremiah 36:23 in Oriya 23 ଏଥିଉତ୍ତାରେ ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା।
Jeremiah 36:29 in Oriya 29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।'
Jeremiah 45:1 in Oriya 1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
Jeremiah 47:1 in Oriya 1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Jeremiah 51:60 in Oriya 60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ।
Ezekiel 2:9 in Oriya 9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ' ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
Ezekiel 3:1 in Oriya 1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
Hosea 8:12 in Oriya 12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
Habakkuk 2:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
Zechariah 5:1 in Oriya 1 ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।
Revelation 5:1 in Oriya 1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।