Jeremiah 37:21 in Oriya 21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Other Translations King James Version (KJV) Then Zedekiah the king commanded that they should commit Jeremiah into the court of the prison, and that they should give him daily a piece of bread out of the bakers' street, until all the bread in the city were spent. Thus Jeremiah remained in the court of the prison.
American Standard Version (ASV) Then Zedekiah the king commanded, and they committed Jeremiah into the court of the guard; and they gave him daily a loaf of bread out of the bakers' street, until all the bread in the city was spent. Thus Jeremiah remained in the court of the guard.
Bible in Basic English (BBE) Then by the order of Zedekiah the king, Jeremiah was put into the place of the armed watchmen, and they gave him every day a cake of bread from the street of the bread-makers, till all the bread in the town was used up. So Jeremiah was kept in the place of the armed watchmen.
Darby English Bible (DBY) Then Zedekiah the king commanded, and they committed Jeremiah into the court of the guard, and they gave him daily a loaf of bread out of the bakers' street, until all the bread in the city was spent. And Jeremiah abode in the court of the guard.
World English Bible (WEB) Then Zedekiah the king commanded, and they committed Jeremiah into the court of the guard; and they gave him daily a loaf of bread out of the bakers' street, until all the bread in the city was spent. Thus Jeremiah remained in the court of the guard.
Young's Literal Translation (YLT) And the king Zedekiah commandeth, and they commit Jeremiah into the court of the prison, also to give to him a cake of bread daily from the bakers' street, till the consumption of all the bread of the city, and Jeremiah dwelleth in the court of the prison.
Cross Reference Deuteronomy 28:52 in Oriya 52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
1 Kings 17:4 in Oriya 4 ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।
2 Kings 25:3 in Oriya 3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
Job 5:20 in Oriya 20 ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ଼୍ଗର ବଳରୁ ମୁକ୍ତ କରିବେ।
Psalm 33:18 in Oriya 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
Psalm 34:9 in Oriya 9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Psalm 37:3 in Oriya 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
Psalm 37:19 in Oriya 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
Proverbs 16:7 in Oriya 7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
Proverbs 21:1 in Oriya 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
Isaiah 33:16 in Oriya 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Jeremiah 32:2 in Oriya 2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
Jeremiah 32:8 in Oriya 8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ' ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ' ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।' ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”
Jeremiah 38:9 in Oriya 9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
Jeremiah 38:13 in Oriya 13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Jeremiah 38:28 in Oriya 28 ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Jeremiah 39:14 in Oriya 14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
Jeremiah 52:6 in Oriya 6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
Lamentations 2:11 in Oriya 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ' ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Lamentations 2:19 in Oriya 19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
Lamentations 4:4 in Oriya 4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
Lamentations 4:9 in Oriya 9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
Lamentations 5:10 in Oriya 10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Acts 12:5 in Oriya 5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Acts 24:27 in Oriya 27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Acts 28:16 in Oriya 16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
Acts 28:30 in Oriya 30 ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
Ephesians 4:1 in Oriya 1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Ephesians 6:20 in Oriya 20 ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
2 Timothy 1:8 in Oriya 8 ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଇଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
2 Timothy 2:9 in Oriya 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଇଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।