Jeremiah 39:16 in Oriya 16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।'
Other Translations King James Version (KJV) Go and speak to Ebedmelech the Ethiopian, saying, Thus saith the LORD of hosts, the God of Israel; Behold, I will bring my words upon this city for evil, and not for good; and they shall be accomplished in that day before thee.
American Standard Version (ASV) Go, and speak to Ebed-melech the Ethiopian, saying, Thus saith Jehovah of hosts, the God of Israel: Behold, I will bring my words upon this city for evil, and not for good; and they shall be accomplished before thee in that day.
Bible in Basic English (BBE) Go and say to Ebed-melech the Ethiopian, This is what the Lord of armies, the God of Israel, has said: See, my words will come true for this town, for evil and not for good: they will come about before your eyes on that day.
Darby English Bible (DBY) Go and speak to Ebed-melech the Ethiopian, saying, Thus saith Jehovah of hosts, the God of Israel: Behold, I will bring my words upon this city for evil, and not for good, and they shall come to pass before thy face in that day.
World English Bible (WEB) Go, and speak to Ebedmelech the Ethiopian, saying, Thus says Yahweh of Hosts, the God of Israel: Behold, I will bring my words on this city for evil, and not for good; and they shall be accomplished before you in that day.
Young's Literal Translation (YLT) `Go, and thou hast spoken to Ebed-Melech the Cushite, saying: Thus said Jehovah of Hosts, God of Israel: Lo, I am bringing in My words unto this city for evil, and not for good, and they have been before thee in that day.
Cross Reference Joshua 23:14 in Oriya 14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
2 Chronicles 36:21 in Oriya 21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
Psalm 91:8 in Oriya 8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
Psalm 92:11 in Oriya 11 ମୋ' ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ' ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
Jeremiah 5:14 in Oriya 14 ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।”
Jeremiah 19:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।”
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Jeremiah 24:8 in Oriya 8 ଆଉ, ଯେପରି ସେହି ମନ୍ଦ ଡିମ୍ୱିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
Jeremiah 26:15 in Oriya 15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Jeremiah 26:20 in Oriya 20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
Jeremiah 32:28 in Oriya 28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
Jeremiah 34:2 in Oriya 2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
Jeremiah 34:22 in Oriya 22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Jeremiah 35:17 in Oriya 17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
Jeremiah 36:31 in Oriya 31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା;” ମାତ୍ର ସେମାନେ ଶୁଣିଲେ ନାହିଁ।
Jeremiah 38:7 in Oriya 7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ୱାରରେ ଉପବିଷ୍ଟ ଥିଲା।
Jeremiah 44:28 in Oriya 28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।”
Daniel 9:12 in Oriya 12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।