Jeremiah 4:28 in Oriya 28 ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
Other Translations King James Version (KJV) For this shall the earth mourn, and the heavens above be black; because I have spoken it, I have purposed it, and will not repent, neither will I turn back from it.
American Standard Version (ASV) For this shall the earth mourn, and the heavens above be black; because I have spoken it, I have purposed it, and I have not repented, neither will I turn back from it.
Bible in Basic English (BBE) The earth will be weeping for this, and the heavens on high will be black: because I have said it, and I will not go back from it; it is my purpose, and it will not be changed.
Darby English Bible (DBY) For this shall the earth mourn, and the heavens above be black; because I have spoken it, I have purposed it, and will not repent, neither will I turn back therefrom.
World English Bible (WEB) For this shall the earth mourn, and the heavens above be black; because I have spoken it, I have purposed it, and I have not repented, neither will I turn back from it.
Young's Literal Translation (YLT) For this doth the land mourn, And black have been the heavens above, because I have spoken -- I have purposed, And I have not repented, Nor do I turn back from it.
Cross Reference Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
Isaiah 5:30 in Oriya 30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।
Isaiah 14:24 in Oriya 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Isaiah 24:4 in Oriya 4 ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
Isaiah 33:8 in Oriya 8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
Isaiah 34:4 in Oriya 4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ୱିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 50:3 in Oriya 3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
Jeremiah 4:23 in Oriya 23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Jeremiah 7:16 in Oriya 16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
Jeremiah 12:4 in Oriya 4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।
Jeremiah 12:11 in Oriya 11 ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।
Jeremiah 14:2 in Oriya 2 ଯିହୁଦା ଶୋକ କରୁଅଛି ଓ ତହିଁର ନଗର ଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
Jeremiah 14:11 in Oriya 11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
Jeremiah 15:1 in Oriya 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Jeremiah 23:10 in Oriya 10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
Jeremiah 23:20 in Oriya 20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Jeremiah 30:24 in Oriya 24 ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।”
Ezekiel 24:14 in Oriya 14 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Hosea 4:3 in Oriya 3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
Hosea 13:14 in Oriya 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Joel 1:10 in Oriya 10 କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Matthew 27:45 in Oriya 45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Mark 15:33 in Oriya 33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
Luke 23:44 in Oriya 44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
Ephesians 1:9 in Oriya 9 ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Hebrews 7:21 in Oriya 21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,