Jeremiah 4:31 in Oriya 31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ' ପ୍ରାଣ ମୂର୍ଚ୍ଛିତ ହେଲା।”
Other Translations King James Version (KJV) For I have heard a voice as of a woman in travail, and the anguish as of her that bringeth forth her first child, the voice of the daughter of Zion, that bewaileth herself, that spreadeth her hands, saying, Woe is me now! for my soul is wearied because of murderers.
American Standard Version (ASV) For I have heard a voice as of a woman in travail, the anguish as of her that bringeth forth her first child, the voice of the daughter of Zion, that gaspeth for breath, that spreadeth her hands, `saying', Woe is me now! for my soul fainteth before the murderers.
Bible in Basic English (BBE) A voice has come to my ears like the voice of a woman in birth-pains, the pain of one giving birth to her first child, the voice of the daughter of Zion, fighting for breath, stretching out her hands, saying, Now sorrow is mine! for my strength is gone from me before the takers of life.
Darby English Bible (DBY) For I hear a voice, as of a woman in travail, anguish as of her that bringeth forth her first child, the voice of the daughter of Zion: she moaneth, she spreadeth forth her hands, [saying], Woe unto me! for my soul faileth because of murderers.
World English Bible (WEB) For I have heard a voice as of a woman in travail, the anguish as of her who brings forth her first child, the voice of the daughter of Zion, who gasps for breath, who spreads her hands, [saying], Woe is me now! for my soul faints before the murderers.
Young's Literal Translation (YLT) For a voice as of a sick woman I have heard, Distress, as of one bringing forth a first-born, The voice of the daughter of Zion, She bewaileth herself, she spreadeth out her hands, `Wo to me now, for weary is my soul of slayers!'
Cross Reference Genesis 27:46 in Oriya 46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”
Job 10:1 in Oriya 1 ମୋ' ପ୍ରାଣ ମୋ' ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
Psalm 120:5 in Oriya 5 ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 13:8 in Oriya 8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
Isaiah 21:3 in Oriya 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
Isaiah 42:14 in Oriya 14 ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।
Jeremiah 6:2 in Oriya 2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।
Jeremiah 6:23 in Oriya 23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”
Jeremiah 10:19 in Oriya 19 ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
Jeremiah 13:21 in Oriya 21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?
Jeremiah 14:18 in Oriya 18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”
Jeremiah 15:18 in Oriya 18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ' ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ?
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Jeremiah 22:23 in Oriya 23 ହେ ଲିବାନୋନ୍ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।
Jeremiah 30:6 in Oriya 6 କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ ?
Jeremiah 45:2 in Oriya 2 “ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
Jeremiah 48:41 in Oriya 41 କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
Jeremiah 49:22 in Oriya 22 ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
Jeremiah 49:24 in Oriya 24 ଦମ୍ମେସକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
Jeremiah 50:43 in Oriya 43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
Lamentations 1:17 in Oriya 17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Lamentations 2:21 in Oriya 21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
Ezekiel 9:5 in Oriya 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Ezekiel 23:46 in Oriya 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
Hosea 13:13 in Oriya 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ।
Micah 7:1 in Oriya 1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ପ୍ରଥମ ପକ୍ୱ ଡିମିରି ଫଳ ଲାଳସା କରେ।
Matthew 21:5 in Oriya 5 ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
1 Corinthians 9:16 in Oriya 16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।
1 Thessalonians 5:3 in Oriya 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।