Jeremiah 4:7 in Oriya 7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
Other Translations King James Version (KJV) The lion is come up from his thicket, and the destroyer of the Gentiles is on his way; he is gone forth from his place to make thy land desolate; and thy cities shall be laid waste, without an inhabitant.
American Standard Version (ASV) A lion is gone up from his thicket, and a destroyer of nations; he is on his way, he is gone forth from his place, to make thy land desolate, that thy cities be laid waste, without inhabitant.
Bible in Basic English (BBE) A lion has gone up from his secret place in the woods, and one who makes waste the nations is on his way; he has gone out from his place, to make your land unpeopled, so that your towns will be made waste, with no man living in them.
Darby English Bible (DBY) The lion is come up from his thicket, the destroyer of the nations is on his way; he is gone forth from his place, to make thy land desolate; thy cities shall be laid waste, without inhabitant.
World English Bible (WEB) A lion is gone up from his thicket, and a destroyer of nations; he is on his way, he is gone forth from his place, to make your land desolate, that your cities be laid waste, without inhabitant.
Young's Literal Translation (YLT) Gone up hath a lion from his thicket, And a destroyer of nations hath journeyed, He hath come forth from his place To make thy land become a desolation, Thy cities are laid waste, without inhabitant.
Cross Reference 2 Kings 24:1 in Oriya 1 ଯିହୋୟାକୀମ୍ଙ୍କର ଅଧିକାରର ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
2 Kings 25:1 in Oriya 1 ଏଥିଉତ୍ତାରେ ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Isaiah 1:7 in Oriya 7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
Isaiah 5:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ମୋ' କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Jeremiah 2:15 in Oriya 15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି।
Jeremiah 5:6 in Oriya 6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:38 in Oriya 38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।
Jeremiah 26:9 in Oriya 9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
Jeremiah 27:8 in Oriya 8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।'
Jeremiah 33:10 in Oriya 10 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,' ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Jeremiah 34:22 in Oriya 22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Jeremiah 49:19 in Oriya 19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ?
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Jeremiah 50:44 in Oriya 44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ?
Ezekiel 21:19 in Oriya 19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ଡରେ ଚିହ୍ନିତ କର।
Ezekiel 26:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
Ezekiel 30:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମଧ୍ୟ ବାବିଲର ରାଜା ନବୁଖଦ୍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।”
Daniel 5:19 in Oriya 19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
Daniel 7:4 in Oriya 4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।