Jeremiah 42:1 in Oriya 1 ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
Other Translations King James Version (KJV) Then all the captains of the forces, and Johanan the son of Kareah, and Jezaniah the son of Hoshaiah, and all the people from the least even unto the greatest, came near,
American Standard Version (ASV) Then all the captains of the forces, and Johanan the son of Kareah, and Jezaniah the son of Hoshaiah, and all the people from the least even unto the greatest, came near,
Bible in Basic English (BBE) Then all the captains of the forces, and Johanan, the son of Kareah, and Jezaniah, the son of Hoshaiah, and all the people from the least to the greatest, came near,
Darby English Bible (DBY) And all the captains of the forces, and Johanan the son of Kareah, and Jezaniah the son of Hoshaiah, and all the people from the least even to the greatest,
World English Bible (WEB) Then all the captains of the forces, and Johanan the son of Kareah, and Jezaniah the son of Hoshaiah, and all the people from the least even to the greatest, came near,
Young's Literal Translation (YLT) And they come nigh -- all the heads of the forces, and Johanan son of Kareah, and Jezaniah son of Hoshaiah, and all the people from the least even unto the greatest --
Cross Reference 2 Kings 25:23 in Oriya 23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 5:4 in Oriya 4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 40:8 in Oriya 8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
Jeremiah 40:13 in Oriya 13 ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
Jeremiah 41:11 in Oriya 11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
Jeremiah 41:16 in Oriya 16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।
Jeremiah 42:8 in Oriya 8 ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
Jeremiah 42:20 in Oriya 20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।'
Jeremiah 43:4 in Oriya 4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
Jeremiah 44:12 in Oriya 12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
Ezekiel 8:11 in Oriya 11 ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
Ezekiel 11:1 in Oriya 1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।
Ezekiel 14:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Matthew 15:8 in Oriya 8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Acts 8:10 in Oriya 10 ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।