Jeremiah 42:10 in Oriya 10 ‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।
Other Translations King James Version (KJV) If ye will still abide in this land, then will I build you, and not pull you down, and I will plant you, and not pluck you up: for I repent me of the evil that I have done unto you.
American Standard Version (ASV) If ye will still abide in this land, then will I build you, and not pull you down, and I will plant you, and not pluck you up; for I repent me of the evil that I have done unto you.
Bible in Basic English (BBE) If you still go on living in the land, then I will go on building you up and not pulling you down, planting you and not uprooting you: for my purpose of doing evil to you has been changed.
Darby English Bible (DBY) If ye will still abide in this land, then will I build you, and not overthrow [you], and I will plant you, and not pluck [you] up; for I repent me of the evil that I have done unto you.
World English Bible (WEB) If you will still abide in this land, then will I build you, and not pull you down, and I will plant you, and not pluck you up; for I repent me of the evil that I have done to you.
Young's Literal Translation (YLT) `If ye do certainly dwell in this land, then I have builded you up, and I throw not down; and I have planted you, and I pluck not up; for I have repented concerning the evil that I have done to you.
Cross Reference Genesis 26:2 in Oriya 2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
Exodus 32:14 in Oriya 14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
Deuteronomy 32:36 in Oriya 36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Judges 2:18 in Oriya 18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
2 Samuel 24:16 in Oriya 16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
Psalm 37:3 in Oriya 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
Psalm 69:35 in Oriya 35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୂଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
Psalm 102:16 in Oriya 16 କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
Psalm 106:45 in Oriya 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
Jeremiah 18:7 in Oriya 7 ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
Jeremiah 24:6 in Oriya 6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।
Jeremiah 26:19 in Oriya 19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ'ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ'ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ'ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
Jeremiah 31:28 in Oriya 28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।
Jeremiah 33:7 in Oriya 7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Ezekiel 36:36 in Oriya 36 ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Joel 2:13 in Oriya 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
Amos 7:3 in Oriya 3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Amos 7:6 in Oriya 6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
Jonah 3:10 in Oriya 10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Jonah 4:2 in Oriya 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି ? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
Acts 15:16 in Oriya 16 ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,