Jeremiah 42:11 in Oriya 11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,' ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
Other Translations King James Version (KJV) Be not afraid of the king of Babylon, of whom ye are afraid; be not afraid of him, saith the LORD: for I am with you to save you, and to deliver you from his hand.
American Standard Version (ASV) Be not afraid of the king of Babylon, of whom ye are afraid; be not afraid of him, saith Jehovah: for I am with you to save you, and to deliver you from his hand.
Bible in Basic English (BBE) Have no fear of the king of Babylon, of whom you are now in fear; have no fear of him, says the Lord: for I am with you to keep you safe and to give you salvation from his hands.
Darby English Bible (DBY) Be not afraid of the king of Babylon, of whom ye are afraid: be not afraid of him, saith Jehovah; for I will be with you to save you, and to deliver you from his hand.
World English Bible (WEB) Don't be afraid of the king of Babylon, of whom you are afraid; don't be afraid of him, says Yahweh: for I am with you to save you, and to deliver you from his hand.
Young's Literal Translation (YLT) Be not afraid of the king of Babylon, whom ye are afraid of; be not afraid of him -- an affirmation of Jehovah -- for with you `am' I, to save you, and to deliver you from his hand.
Cross Reference Numbers 14:9 in Oriya 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
Deuteronomy 20:4 in Oriya 4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Joshua 1:9 in Oriya 9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
2 Kings 25:26 in Oriya 26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।
2 Chronicles 32:7 in Oriya 7 “ବଳବାନ୍ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍;
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Isaiah 8:8 in Oriya 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Isaiah 43:5 in Oriya 5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
Jeremiah 1:8 in Oriya 8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
Jeremiah 1:19 in Oriya 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Jeremiah 15:20 in Oriya 20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
Jeremiah 27:12 in Oriya 12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Jeremiah 27:17 in Oriya 17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ ?”
Jeremiah 41:18 in Oriya 18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Acts 18:10 in Oriya 10 କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;