Jeremiah 48:2 in Oriya 2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।'
Other Translations King James Version (KJV) There shall be no more praise of Moab: in Heshbon they have devised evil against it; come, and let us cut it off from being a nation. Also thou shalt be cut down, O Madmen; the sword shall pursue thee.
American Standard Version (ASV) The praise of Moab is no more; in Heshbon they have devised evil against her: Come, and let us cut her off from being a nation. Thou also, O Madmen, shalt be brought to silence: the sword shall pursue thee.
Bible in Basic English (BBE) The praise of Moab has come to an end; as for Heshbon, evil has been designed against her; come, let us put an end to her as a nation. But your mouth will be shut, O Madmen; the sword will go after you.
Darby English Bible (DBY) Moab's praise is no more; in Heshbon they have devised evil against her: Come, and let us cut her off from [being] a nation. Thou also, O Madmen, shalt be cut down; the sword shall pursue thee.
World English Bible (WEB) The praise of Moab is no more; in Heshbon they have devised evil against her: Come, and let us cut her off from being a nation. You also, Madmen, shall be brought to silence: the sword shall pursue you.
Young's Literal Translation (YLT) There is no more praise of Moab, In Heshbon they devised against it evil: Come, and we cut it off from `being' a nation, Also, O Madmen, thou art cut off, After thee goeth a sword.
Cross Reference Numbers 21:25 in Oriya 25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
Numbers 32:37 in Oriya 37 ପୁଣି, ରୁବେନ-ସନ୍ତାନଗଣ ହିଷ୍ବୋନ୍, ଇଲୀୟାଲୀ ଓ କିରୀୟାଥୟିମ୍;
Esther 3:8 in Oriya 8 ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
Psalm 83:4 in Oriya 4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
Isaiah 15:1 in Oriya 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Isaiah 15:5 in Oriya 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
Isaiah 16:8 in Oriya 8 ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେହିସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହିସବୁ ସମୁଦ୍ର ପାର ହୋଇ ଗଲେ।
Isaiah 16:14 in Oriya 14 ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।
Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 25:17 in Oriya 17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Jeremiah 31:36 in Oriya 36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ପ୍ରଭୁ କହନ୍ତି।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Jeremiah 46:28 in Oriya 28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
Jeremiah 48:17 in Oriya 17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!”
Jeremiah 48:34 in Oriya 34 ହିଶ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାରଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
Jeremiah 48:42 in Oriya 42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
Jeremiah 48:45 in Oriya 45 ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
Jeremiah 49:3 in Oriya 3 “ହେ ହିଶ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।