Jeremiah 48:26 in Oriya 26 ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Other Translations King James Version (KJV) Make ye him drunken: for he magnified himself against the LORD: Moab also shall wallow in his vomit, and he also shall be in derision.
American Standard Version (ASV) Make ye him drunken; for he magnified himself against Jehovah: and Moab shall wallow in his vomit, and he also shall be in derision.
Bible in Basic English (BBE) Make him full of wine, for his heart has been lifted up against the Lord: and Moab will be rolling in the food he was not able to keep down, and everyone will be making sport of him.
Darby English Bible (DBY) Make him drunken, for he magnified himself against Jehovah; and Moab shall wallow in his vomit, and he also shall be in derision.
World English Bible (WEB) Make you him drunken; for he magnified himself against Yahweh: and Moab shall wallow in his vomit, and he also shall be in derision.
Young's Literal Translation (YLT) Declare ye him drunk, For against Jehovah he made himself great And Moab hath stricken in his vomit, And he hath been for a derision -- even he.
Cross Reference Exodus 5:2 in Oriya 2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
Exodus 9:17 in Oriya 17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
Job 9:4 in Oriya 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
Psalm 2:4 in Oriya 4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
Psalm 59:8 in Oriya 8 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
Psalm 60:3 in Oriya 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Psalm 75:8 in Oriya 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
Isaiah 10:15 in Oriya 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
Isaiah 19:14 in Oriya 14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
Isaiah 29:9 in Oriya 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 63:6 in Oriya 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।
Jeremiah 13:13 in Oriya 13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।'
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 25:27 in Oriya 27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।'
Jeremiah 48:39 in Oriya 39 ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତି ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।”
Jeremiah 48:42 in Oriya 42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
Jeremiah 51:7 in Oriya 7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
Jeremiah 51:39 in Oriya 39 ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।
Jeremiah 51:57 in Oriya 57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Lamentations 1:21 in Oriya 21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ' ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
Lamentations 3:15 in Oriya 15 ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Ezekiel 23:31 in Oriya 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
Ezekiel 35:12 in Oriya 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, “ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି” ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Daniel 8:11 in Oriya 11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Nahum 3:11 in Oriya 11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
Habakkuk 2:16 in Oriya 16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
2 Thessalonians 2:4 in Oriya 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଇଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।