Jeremiah 49:1 in Oriya 1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”
Other Translations King James Version (KJV) Concerning the Ammonites, thus saith the LORD; Hath Israel no sons? hath he no heir? why then doth their king inherit Gad, and his people dwell in his cities?
American Standard Version (ASV) Of the children of Ammon. Thus saith Jehovah: Hath Israel no sons? hath he no heir? why then doth Malcam possess Gad, and his people well in the cities thereof?
Bible in Basic English (BBE) About the children of Ammon. These are the words of the Lord: Has Israel no sons? has he no one to take the heritage? why then has Milcom taken Gad for himself, putting his people in its towns?
Darby English Bible (DBY) Concerning the children of Ammon. Thus saith Jehovah: Hath Israel no sons? hath he no heir? Why is Malcam heir of Gad, and his people dwell in the cities thereof?
World English Bible (WEB) Of the children of Ammon. Thus says Yahweh: Has Israel no sons? has he no heir? why then does Malcam possess Gad, and his people well in the cities of it?
Young's Literal Translation (YLT) Concerning the sons of Ammon: `Thus said Jehovah: Sons -- hath Israel none? heir -- hath he none? Wherefore hath Malcam possessed Gad? And his people in its cities have dwelt?
Cross Reference Genesis 19:38 in Oriya 38 ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।
Deuteronomy 2:19 in Oriya 19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।
Deuteronomy 23:3 in Oriya 3 ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Judges 10:7 in Oriya 7 ଏ ନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
Judges 11:13 in Oriya 13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।
1 Samuel 11:1 in Oriya 1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।
2 Kings 10:33 in Oriya 33 ଯର୍ଦ୍ଦନଠାରୁ ପୂର୍ବଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍ ଓ ରୁବେନ୍ ଓ ମନଃଶି ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍, ଗିଲୀୟଦ ଓ ବାଶନକୁ ଆଘାତ କଲା।
2 Kings 24:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
2 Chronicles 20:1 in Oriya 1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
2 Chronicles 20:23 in Oriya 23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
Nehemiah 2:19 in Oriya 19 ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ ? ତୁମ୍ଭେମାନେ କି ରାଜଦ୍ରୋହ କରିବ ?”
Nehemiah 4:7 in Oriya 7 ମାତ୍ର ଯିରୁଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
Nehemiah 13:1 in Oriya 1 ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତ କାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
Psalm 9:6 in Oriya 6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
Psalm 83:7 in Oriya 7 ଗବାଲ, ଅମ୍ମୋନ୍, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:21 in Oriya 21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
Jeremiah 27:3 in Oriya 3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;'
Jeremiah 48:1 in Oriya 1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
Jeremiah 49:7 in Oriya 7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ?
Jeremiah 49:23 in Oriya 23 ଦମ୍ମେସକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Jeremiah 49:28 in Oriya 28 ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦରର ଓ ହାତ୍ସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଉଠି କେଦରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
Ezekiel 21:28 in Oriya 28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
Ezekiel 25:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Amos 1:13 in Oriya 13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।