Jeremiah 50:15 in Oriya 15 ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Other Translations King James Version (KJV) Shout against her round about: she hath given her hand: her foundations are fallen, her walls are thrown down: for it is the vengeance of the LORD: take vengeance upon her; as she hath done, do unto her.
American Standard Version (ASV) Shout against her round about: she hath submitted herself; her bulwarks are fallen, her walls are thrown down; for it is the vengeance of Jehovah: take vengeance upon her; as she hath done, do unto her.
Bible in Basic English (BBE) Give a loud cry against her on every side; she has given herself up, her supports are overturned, her walls are broken down: for it is the payment taken by the Lord; give her payment; as she has done, so do to her.
Darby English Bible (DBY) Shout against her round about: she hath given her hand; her ramparts are fallen, her walls are thrown down: for this is the vengeance of Jehovah. Take vengeance upon her; as she hath done, do unto her.
World English Bible (WEB) Shout against her round about: she has submitted herself; her bulwarks are fallen, her walls are thrown down; for it is the vengeance of Yahweh: take vengeance on her; as she has done, do to her.
Young's Literal Translation (YLT) Shout against her round about, She hath given forth her hand, Fallen have her foundations, Thrown down have been her walls, For it `is' the vengeance of Jehovah, Be avenged of her, as she did -- do ye to her.
Cross Reference Deuteronomy 32:35 in Oriya 35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Deuteronomy 32:43 in Oriya 43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
Joshua 6:5 in Oriya 5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।
Joshua 6:20 in Oriya 20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।
Judges 1:6 in Oriya 6 ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
1 Samuel 15:33 in Oriya 33 ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ଼୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
1 Chronicles 29:24 in Oriya 24 ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
2 Chronicles 30:8 in Oriya 8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
Psalm 94:1 in Oriya 1 ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ତୁମ୍ଭେ ପ୍ରକାଶମାନ ହୁଅ।
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Psalm 149:7 in Oriya 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
Isaiah 59:17 in Oriya 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।
Isaiah 61:2 in Oriya 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
Isaiah 63:4 in Oriya 4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
Jeremiah 46:10 in Oriya 10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
Jeremiah 50:14 in Oriya 14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
Jeremiah 50:28 in Oriya 28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Jeremiah 51:6 in Oriya 6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Jeremiah 51:14 in Oriya 14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।'
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Jeremiah 51:36 in Oriya 36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Jeremiah 51:58 in Oriya 58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Jeremiah 51:64 in Oriya 64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।' ଯିରିମୀୟଙ୍କ ବାକ୍ୟ ଏତିକି।”
Lamentations 5:6 in Oriya 6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
Ezekiel 17:18 in Oriya 18 କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
Ezekiel 21:22 in Oriya 22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀରଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Matthew 7:2 in Oriya 2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Romans 3:5 in Oriya 5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଇଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି।
Romans 12:19 in Oriya 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଇଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା'।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
Revelation 16:6 in Oriya 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ।
Revelation 18:6 in Oriya 6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।