Jeremiah 50:2 in Oriya 2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।'
Other Translations King James Version (KJV) Declare ye among the nations, and publish, and set up a standard; publish, and conceal not: say, Babylon is taken, Bel is confounded, Merodach is broken in pieces; her idols are confounded, her images are broken in pieces.
American Standard Version (ASV) Declare ye among the nations and publish, and set up a standard; publish, and conceal not: say, Babylon is taken, Bel is put to shame, Merodach is dismayed; her images are put to shame, her idols are dismayed.
Bible in Basic English (BBE) Give it out among the nations, make it public, and let the flag be lifted up; give the word and keep nothing back; say, Babylon is taken, Bel is put to shame, Merodach is broken, her images are put to shame, her gods are broken.
Darby English Bible (DBY) Declare ye among the nations, and publish, and lift up a banner; publish, conceal not! Say, Babylon is taken, Bel is put to shame, Merodach is dismayed: her images are put to shame, her idols are dismayed.
World English Bible (WEB) Declare you among the nations and publish, and set up a standard; publish, and don't conceal: say, Babylon is taken, Bel is disappointed, Merodach is dismayed; her images are disappointed, her idols are dismayed.
Young's Literal Translation (YLT) `Declare ye among nations, and sound, And lift up an ensign, sound, do not hide, Say ye: Captured hath been Babylon, Put to shame hath been Bel, Broken hath been Merodach, Put to shame have been her grievous things, Broken have been her idols.
Cross Reference Psalm 64:9 in Oriya 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Psalm 96:3 in Oriya 3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Isaiah 12:4 in Oriya 4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
Isaiah 13:2 in Oriya 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।
Isaiah 21:9 in Oriya 9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।”
Isaiah 37:19 in Oriya 19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
Isaiah 39:1 in Oriya 1 ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 48:6 in Oriya 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।
Isaiah 66:18 in Oriya 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Jeremiah 4:16 in Oriya 16 ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
Jeremiah 6:18 in Oriya 18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
Jeremiah 31:10 in Oriya 10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”
Jeremiah 43:12 in Oriya 12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ପିନ୍ଧେ, ସେପରି ସେ ମିସର ଦେଶ ଦ୍ୱାରା ଆପଣାକୁ ସଜ୍ଜିତ କରିବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
Jeremiah 46:14 in Oriya 14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।'
Jeremiah 50:46 in Oriya 46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।”
Jeremiah 51:8 in Oriya 8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Jeremiah 51:31 in Oriya 31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Jeremiah 51:47 in Oriya 47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Jeremiah 51:52 in Oriya 52 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।”
Jeremiah 52:31 in Oriya 31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Revelation 14:6 in Oriya 6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।