Jeremiah 51:29 in Oriya 29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି।
Other Translations King James Version (KJV) And the land shall tremble and sorrow: for every purpose of the LORD shall be performed against Babylon, to make the land of Babylon a desolation without an inhabitant.
American Standard Version (ASV) And the land trembleth and is in pain; for the purposes of Jehovah against Babylon do stand, to make the land of Babylon a desolation, without inhabitant.
Bible in Basic English (BBE) And the land is shaking and in pain: for the purposes of the Lord are fixed, to make the land of Babylon an unpeopled waste.
Darby English Bible (DBY) And the land trembleth and is in pain; for the purposes of Jehovah against Babylon do stand, to make the land of Babylon a desolation, without inhabitant.
World English Bible (WEB) The land trembles and is in pain; for the purposes of Yahweh against Babylon do stand, to make the land of Babylon a desolation, without inhabitant.
Young's Literal Translation (YLT) And shake doth the land, and it is pained, For stood against Babylon have the purposes of Jehovah, To make the land of Babylon a desolation without inhabitant.
Cross Reference Isaiah 13:13 in Oriya 13 ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
Isaiah 13:19 in Oriya 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Isaiah 14:16 in Oriya 16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
Isaiah 14:23 in Oriya 23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 47:1 in Oriya 1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
Jeremiah 8:16 in Oriya 16 ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 50:13 in Oriya 13 ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବ।
Jeremiah 50:36 in Oriya 36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Jeremiah 50:39 in Oriya 39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟ ପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।”
Jeremiah 50:43 in Oriya 43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
Jeremiah 50:45 in Oriya 45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Jeremiah 51:43 in Oriya 43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।
Jeremiah 51:62 in Oriya 62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।'
Joel 2:10 in Oriya 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Amos 8:8 in Oriya 8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।
Revelation 18:21 in Oriya 21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।