Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Other Translations King James Version (KJV) And I will punish Bel in Babylon, and I will bring forth out of his mouth that which he hath swallowed up: and the nations shall not flow together any more unto him: yea, the wall of Babylon shall fall.
American Standard Version (ASV) And I will execute judgment upon Bel in Babylon, and I will bring forth out of his mouth that which he hath swallowed up; and the nations shall not flow any more unto him: yea, the wall of Babylon shall fall.
Bible in Basic English (BBE) And I will send punishment on Bel in Babylon, and take out of his mouth what went into it; no longer will the nations be flowing together to him: truly, the wall of Babylon will come down.
Darby English Bible (DBY) And I will punish Bel in Babylon, and I will bring forth out of his mouth what he hath swallowed up; and the nations shall not flow together any more unto him: yea, the wall of Babylon is fallen.
World English Bible (WEB) I will execute judgment on Bel in Babylon, and I will bring forth out of his mouth that which he has swallowed up; and the nations shall not flow any more to him: yes, the wall of Babylon shall fall.
Young's Literal Translation (YLT) And I have seen after Bel in Babylon, And I have brought forth that which he swallowed -- from his mouth, And flow no more unto him do nations, Also the wall of Babylon hath fallen.
Cross Reference 2 Chronicles 36:7 in Oriya 7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
Ezra 1:7 in Oriya 7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 60:5 in Oriya 5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Jeremiah 50:2 in Oriya 2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।'
Jeremiah 50:15 in Oriya 15 ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Jeremiah 51:18 in Oriya 18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Jeremiah 51:47 in Oriya 47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Jeremiah 51:53 in Oriya 53 ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Jeremiah 51:58 in Oriya 58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Daniel 1:2 in Oriya 2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
Daniel 3:2 in Oriya 2 ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।
Daniel 3:29 in Oriya 29 ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।
Daniel 4:1 in Oriya 1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
Daniel 4:22 in Oriya 22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Daniel 5:2 in Oriya 2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
Daniel 5:19 in Oriya 19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
Daniel 5:26 in Oriya 26 ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
Daniel 5:31 in Oriya 31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।
Revelation 18:9 in Oriya 9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;