Jeremiah 51:53 in Oriya 53 ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Other Translations King James Version (KJV) Though Babylon should mount up to heaven, and though she should fortify the height of her strength, yet from me shall spoilers come unto her, saith the LORD.
American Standard Version (ASV) Though Babylon should mount up to heaven, and though she should fortify the height of her strength, yet from me shall destroyers come unto her, saith Jehovah.
Bible in Basic English (BBE) Even if Babylon was lifted up to heaven, even if she had the high places of her strength shut in with walls, still I would send against her those who will make her waste, says the Lord.
Darby English Bible (DBY) Though Babylon should mount up to the heavens, and though she should fortify the height of her strength, yet from me shall spoilers come unto her, saith Jehovah.
World English Bible (WEB) Though Babylon should mount up to the sky, and though she should fortify the height of her strength, yet from me shall destroyers come to her, says Yahweh.
Young's Literal Translation (YLT) Because Babylon goeth up to the heavens, And because it fenceth the high place of its strength, From Me come into it do spoilers, An affirmation of Jehovah.
Cross Reference Genesis 11:4 in Oriya 4 ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
Psalm 139:8 in Oriya 8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 13:2 in Oriya 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।
Isaiah 13:17 in Oriya 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
Isaiah 14:12 in Oriya 12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
Isaiah 41:25 in Oriya 25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
Isaiah 45:1 in Oriya 1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
Isaiah 47:5 in Oriya 5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
Isaiah 47:7 in Oriya 7 ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏହି ସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।”
Jeremiah 49:16 in Oriya 16 “ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।
Jeremiah 50:9 in Oriya 9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
Jeremiah 50:21 in Oriya 21 ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।”
Jeremiah 50:25 in Oriya 25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।
Jeremiah 50:31 in Oriya 31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Jeremiah 50:45 in Oriya 45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Jeremiah 51:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Jeremiah 51:48 in Oriya 48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”
Jeremiah 51:58 in Oriya 58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Ezekiel 31:9 in Oriya 9 ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।”
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Amos 9:4 in Oriya 4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
Obadiah 1:3 in Oriya 3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?