Jeremiah 51:6 in Oriya 6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Other Translations King James Version (KJV) Flee out of the midst of Babylon, and deliver every man his soul: be not cut off in her iniquity; for this is the time of the LORD's vengeance; he will render unto her a recompence.
American Standard Version (ASV) Flee out of the midst of Babylon, and save every man his life; be not cut off in her iniquity: for it is the time of Jehovah's vengeance; he will render unto her a recompense.
Bible in Basic English (BBE) Go in flight out of Babylon, so that every man may keep his life; do not be cut off in her evil-doing: for it is the time of the Lord's punishment; he will give her her reward.
Darby English Bible (DBY) Flee out of the midst of Babylon, and save every man his life; be ye not cut off in her iniquity: for this is the time of Jehovah's vengeance: he shall render unto her a recompence.
World English Bible (WEB) Flee out of the midst of Babylon, and save every man his life; don't be cut off in her iniquity: for it is the time of Yahweh's vengeance; he will render to her a recompense.
Young's Literal Translation (YLT) Flee ye from the midst of Babylon, And deliver ye each his soul, Be not cut off in its iniquity, For a time of vengeance it `is' to Jehovah, Recompence He is rendering to her.
Cross Reference Genesis 19:15 in Oriya 15 ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
Numbers 16:26 in Oriya 26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Deuteronomy 32:43 in Oriya 43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
Proverbs 13:20 in Oriya 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Isaiah 48:20 in Oriya 20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
Jeremiah 25:14 in Oriya 14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Jeremiah 25:16 in Oriya 16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Jeremiah 46:10 in Oriya 10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
Jeremiah 50:8 in Oriya 8 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ।
Jeremiah 50:15 in Oriya 15 ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Jeremiah 50:28 in Oriya 28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Jeremiah 50:31 in Oriya 31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Jeremiah 51:9 in Oriya 9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Jeremiah 51:45 in Oriya 45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।
Jeremiah 51:50 in Oriya 50 ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।
Zechariah 2:6 in Oriya 6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
1 Timothy 5:22 in Oriya 22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 18:4 in Oriya 4 ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;