Jeremiah 52:6 in Oriya 6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
Other Translations King James Version (KJV) And in the fourth month, in the ninth day of the month, the famine was sore in the city, so that there was no bread for the people of the land.
American Standard Version (ASV) In the fourth month, in the ninth day of the month, the famine was sore in the city, so that there was no bread for the people of the land.
Bible in Basic English (BBE) In the fourth month, on the ninth day of the month, the store of food in the town was almost gone, so that there was no food for the people of the land.
Darby English Bible (DBY) In the fourth month, on the ninth of the month, the famine prevailed in the city, and there was no bread for the people of the land.
World English Bible (WEB) In the fourth month, in the ninth day of the month, the famine was sore in the city, so that there was no bread for the people of the land.
Young's Literal Translation (YLT) In the fourth month, in the ninth of the month, when the famine is severe in the city, and there hath been no bread for the people of the land,
Cross Reference Leviticus 26:26 in Oriya 26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
Deuteronomy 28:52 in Oriya 52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
Deuteronomy 32:24 in Oriya 24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
2 Kings 25:3 in Oriya 3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
Isaiah 3:1 in Oriya 1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 19:9 in Oriya 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”
Jeremiah 21:9 in Oriya 9 ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟ ଦ୍ରବ୍ୟ ତୁଲ୍ୟ ହେବ।'
Jeremiah 25:10 in Oriya 10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Jeremiah 38:9 in Oriya 9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
Jeremiah 39:2 in Oriya 2 ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
Lamentations 4:4 in Oriya 4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
Lamentations 5:10 in Oriya 10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
Ezekiel 4:9 in Oriya 9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜନରା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।
Ezekiel 5:10 in Oriya 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Ezekiel 7:15 in Oriya 15 ବାହାରେ ଖଡ଼୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Zechariah 8:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”