Jeremiah 6:21 in Oriya 21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”
Other Translations King James Version (KJV) Therefore thus saith the LORD, Behold, I will lay stumblingblocks before this people, and the fathers and the sons together shall fall upon them; the neighbour and his friend shall perish.
American Standard Version (ASV) Therefore thus saith Jehovah, Behold, I will lay stumbling-blocks before this people; and the fathers and the sons together shall stumble against them; the neighbor and his friend shall perish.
Bible in Basic English (BBE) For this reason the Lord has said, See, I will put stones in the way of this people: and the fathers and the sons together will go falling over them; the neighbour and his friend will come to destruction.
Darby English Bible (DBY) Therefore thus saith Jehovah: Behold, I will lay stumbling-blocks before this people, and the fathers and the sons together shall fall over them; the neighbour and his friend shall perish.
World English Bible (WEB) Therefore thus says Yahweh, Behold, I will lay stumbling-blocks before this people; and the fathers and the sons together shall stumble against them; the neighbor and his friend shall perish.
Young's Literal Translation (YLT) Therefore thus said Jehovah: Lo, I do give to this people stumbling blocks, And stumbled against them have fathers and sons together, The neighbour and his friend do perish.
Cross Reference 2 Chronicles 36:17 in Oriya 17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
Isaiah 8:14 in Oriya 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
Isaiah 9:14 in Oriya 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
Isaiah 24:2 in Oriya 2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
Jeremiah 9:21 in Oriya 21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 16:3 in Oriya 3 କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Jeremiah 19:7 in Oriya 7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Lamentations 2:20 in Oriya 20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ ?
Ezekiel 3:20 in Oriya 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 5:10 in Oriya 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Ezekiel 9:5 in Oriya 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Romans 11:9 in Oriya 9 ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ।'
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।