Jeremiah 7:10 in Oriya 10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?'
Other Translations King James Version (KJV) And come and stand before me in this house, which is called by my name, and say, We are delivered to do all these abominations?
American Standard Version (ASV) and come and stand before me in this house, which is called by my name, and say, We are delivered; that ye may do all these abominations?
Bible in Basic English (BBE) And come and take your place before me in this house, which is named by my name, and say, We have been made safe; so that you may do all these disgusting things?
Darby English Bible (DBY) then ye come and stand before me, in this house which is called by my name, and say, We are delivered, -- in order to do all these abominations!
World English Bible (WEB) and come and stand before me in this house, which is called by my name, and say, We are delivered; that you may do all these abominations?
Young's Literal Translation (YLT) And ye have come in and stood before Me, In this house on which My name is called, And have said, `We have been delivered,' In order to do all these abominations.
Cross Reference 2 Kings 21:4 in Oriya 4 ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Chronicles 33:4 in Oriya 4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Chronicles 33:7 in Oriya 7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Proverbs 7:14 in Oriya 14 “ମଙ୍ଗଳାର୍ଥକ ବଳି ମୋ' ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Isaiah 1:10 in Oriya 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Isaiah 48:2 in Oriya 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Isaiah 58:2 in Oriya 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Jeremiah 7:11 in Oriya 11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।'
Jeremiah 7:14 in Oriya 14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !
Jeremiah 7:30 in Oriya 30 ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
Jeremiah 32:34 in Oriya 34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
Jeremiah 34:15 in Oriya 15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Ezekiel 23:29 in Oriya 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
Ezekiel 23:37 in Oriya 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
Ezekiel 23:39 in Oriya 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
John 13:18 in Oriya 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
John 13:26 in Oriya 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ। ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।
John 18:28 in Oriya 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।